ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୯।୩: ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଶୋକ ପ୍ରକାଶ କରିଛନ୍ତି। ଶୋକ ବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ଦାସ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପ୍ରଶାସକ ଥିଲେ। ରାଜ୍ୟ ଓ ବାଲେଶ୍ବରର ବିକାଶରେ ଗରୁତ୍ୱପୂର୍ଣ୍ଣ ଯୋଗଦାନ ରଖିଯାଇଛନ୍ତି। ରାଜ୍ୟ ଜଣେ ଅମାୟିକ ଜନ ସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅମର ଆତ୍ମାର ସଦ୍‌ଗତି କାମନା ସହ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ […] The post ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ appeared first on Dharitri Odia News.

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୯।୩: ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଶୋକ ପ୍ରକାଶ କରିଛନ୍ତି। ଶୋକ ବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ଦାସ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପ୍ରଶାସକ ଥିଲେ। ରାଜ୍ୟ ଓ ବାଲେଶ୍ବରର ବିକାଶରେ ଗରୁତ୍ୱପୂର୍ଣ୍ଣ ଯୋଗଦାନ ରଖିଯାଇଛନ୍ତି। ରାଜ୍ୟ ଜଣେ ଅମାୟିକ ଜନ ସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅମର ଆତ୍ମାର ସଦ୍‌ଗତି କାମନା ସହ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି।

ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ।  ନବୀନ ପଟ୍ଟନାୟକଙ୍କ ସରକାରରେ ଗୁରୁତ୍ବପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଦାୟିତ୍ବ ତୁଲାଇଥିବା ତଥା ଚାରି ଚାରି ଥର ବିଧାୟକ ହୋଇଥିବା ବରିଷ୍ଠ ବିଜେଡି ନେତା ଅନନ୍ତ ଦାସଙ୍କ ପରଲୋକ ଘଟିଛି । ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ପରଲୋକ। ଭୋର ସାଢେ ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ଦେହାନ୍ତ।

ଅନନ୍ତ ଭୋଗରାଇ ର୍ନିବାଚନ ମଣ୍ଡଳୀରୁ ଲଗାତାର ୪ଥର ବିଧାୟକ ଥିଲେ। ସେହିପରି ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ ଅନନ୍ତ। ୮୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ।

The post ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ appeared first on Dharitri Odia News.