ପୂର୍ବତନ ମନ୍ତ୍ରୀ ସମୀର ଦେ ଅସୁସ୍ଥ, ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା‌‌ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ସୂଚନା

କଟକ: ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ସମୀର ଦେ ଅସୁସ୍ଥ। ଶୁକ୍ରବାର ହଠାତ୍ ସମୀର ଦେ ଅସୁସ୍ଥ ହୋଇପଡ଼ିବା କାରଣରୁ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସନ୍ଧ୍ୟାରେ ସମୀର ଦେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହା ପରେ ତାଙ୍କୁ ହସ୍ପିଟାଲକୁ ନିଆଯାଇଥିଲା। ସମୀର ଦେଙ୍କ ଛାତିରେ ସଂକ୍ରମଣ ହୋଇଥିବା ଜଣାପଡ଼ିଛି। ଅବାଶ୍ୟ ଏବେ ସମୀର ଦେଙ୍କ ଅବସ୍ଥା ସ୍ଥିର ଥିବା ମେଡିକାଲ ପକ୍ଷରୁ କୁହାଯାଇଛି। ତେବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଡିସଚାର୍ଜ କରାଯିବ ବୋଲି ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ, ଆଠ ଦିନ ତଳେ ତାଙ୍କର ସଫଳ କିଡନି ପ୍ରତିରୋପଣ କରାଯାଇଥିଲା।

ପୂର୍ବତନ ମନ୍ତ୍ରୀ ସମୀର ଦେ ଅସୁସ୍ଥ, ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା‌‌ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ସୂଚନା

କଟକ: ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ସମୀର ଦେ ଅସୁସ୍ଥ। ଶୁକ୍ରବାର ହଠାତ୍ ସମୀର ଦେ ଅସୁସ୍ଥ ହୋଇପଡ଼ିବା କାରଣରୁ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। 

ମିଳିଥିବା ସୂଚନା ଅନୁଯାୟୀ, ସନ୍ଧ୍ୟାରେ ସମୀର ଦେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହା ପରେ ତାଙ୍କୁ ହସ୍ପିଟାଲକୁ ନିଆଯାଇଥିଲା। ସମୀର ଦେଙ୍କ ଛାତିରେ ସଂକ୍ରମଣ ହୋଇଥିବା ଜଣାପଡ଼ିଛି। ଅବାଶ୍ୟ ଏବେ ସମୀର ଦେଙ୍କ ଅବସ୍ଥା ସ୍ଥିର ଥିବା ମେଡିକାଲ ପକ୍ଷରୁ କୁହାଯାଇଛି। ତେବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଡିସଚାର୍ଜ କରାଯିବ ବୋଲି ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ, ଆଠ ଦିନ ତଳେ ତାଙ୍କର ସଫଳ କିଡନି ପ୍ରତିରୋପଣ କରାଯାଇଥିଲା।