ପୂର୍ବତନ ମନ୍ତ୍ରୀଙ୍କ ବିୟୋଗରେ ଶୋକବ୍ୟକ୍ତ କଲେ ନବୀନ ପଟ୍ଟନାୟକ, କହିଲେ ବିଜେଡି ପାଇଁ ବଡ କ୍ଷତି

ଭୁବନେଶ୍ୱର ୦୫/୦୭: ପୂର୍ବତନ ମନ୍ତ୍ରୀ ବିଶିଷ୍ଟ ଜନନେତା ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ । ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ନାୟକ ବିଜୁ ବାବୁଙ୍କର ଘନିଷ୍ଠ ସହଯୋଗୀ ଥିଲେ । ଲୋକପ୍ରିୟ ଜନ ନେତା, ଦକ୍ଷ ପ୍ରଶାସକ ଓ ସଂଗଠକ ସହିତ ସାଧାରଣ ଜୀବନରେ ସ୍ୱଛତା ଓ ସାଧୁତା ପାଇଁ ସେ ସ୍ମରଣୀୟ ହୋଇ ରହିବେ । ଜଣେ ମନ୍ତ୍ରୀ ଓ ବିଧାୟକଭାବେ ତାଙ୍କର ଉଚ୍ଚ କୋଟୀର ପ୍ରଦର୍ଶନ ପାଇଁ ଓଡିଶା ରାଜନୀତିରେ ସୁରେନ୍ଦ୍ର ବାବୁ ସ୍ୱତନ୍ତ୍ର ସ୍ଥାନର ଅଧିକାରୀ ।ବରିଷ୍ଠ ନେତା, ପୂର୍ବତନ ବିଧାୟକ, ମନ୍ତ୍ରୀ ତଥା ପୂର୍ବତନ ଉପ-ବାଚସ୍ପତି ସୁରନ୍ଦ୍ରନାଥ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। କାକଟପୁରବାସୀଙ୍କ ସେବା ଓ କଲ୍ୟାଣ ଦିଗରେ ତାଙ୍କ ଉତ୍ସର୍ଗୀକୃତ ଉଦ୍ୟମ ସର୍ବଦା ସ୍ମରଣୀୟ। ଜଣେ ଦକ୍ଷ ରାଜନେତା ଏବଂ ଜନପ୍ରତିନିଧି ଭାବେ ତାଙ୍କ ଲୋକାଭିମୁଖୀ କାର୍ଯ୍ୟ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ…— Naveen Patnaik (@Naveen_Odisha) July 5, 2024ତାଙ୍କର ପରଲୋକ ରାଜ୍ୟ ପାଇଁ ଓ ବିଜୁ ଜନତା ଦଳ ପାଇଁ ଏକ ବଡ କ୍ଷତି ବୋଲି ଶ୍ରୀ ପଟନାୟକ କହିଛନ୍ତି । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସଂତପ୍ତ ପରିବାର ବର୍ଗଙ୍କୁ ଶ୍ରୀ ପଟନାୟକ ଗଭୀର ସମବେଦନା ଜଣାଇଛନ୍ତି ।

ପୂର୍ବତନ ମନ୍ତ୍ରୀଙ୍କ ବିୟୋଗରେ ଶୋକବ୍ୟକ୍ତ କଲେ ନବୀନ ପଟ୍ଟନାୟକ, କହିଲେ ବିଜେଡି ପାଇଁ ବଡ କ୍ଷତି

ଭୁବନେଶ୍ୱର ୦୫/୦୭: ପୂର୍ବତନ ମନ୍ତ୍ରୀ ବିଶିଷ୍ଟ ଜନନେତା ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ । ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ନାୟକ ବିଜୁ ବାବୁଙ୍କର ଘନିଷ୍ଠ ସହଯୋଗୀ ଥିଲେ । 

ଲୋକପ୍ରିୟ ଜନ ନେତା, ଦକ୍ଷ ପ୍ରଶାସକ ଓ ସଂଗଠକ ସହିତ ସାଧାରଣ ଜୀବନରେ ସ୍ୱଛତା ଓ ସାଧୁତା ପାଇଁ ସେ ସ୍ମରଣୀୟ ହୋଇ ରହିବେ । ଜଣେ ମନ୍ତ୍ରୀ ଓ ବିଧାୟକଭାବେ ତାଙ୍କର ଉଚ୍ଚ କୋଟୀର ପ୍ରଦର୍ଶନ ପାଇଁ ଓଡିଶା ରାଜନୀତିରେ ସୁରେନ୍ଦ୍ର ବାବୁ ସ୍ୱତନ୍ତ୍ର ସ୍ଥାନର ଅଧିକାରୀ ।

ତାଙ୍କର ପରଲୋକ ରାଜ୍ୟ ପାଇଁ ଓ ବିଜୁ ଜନତା ଦଳ ପାଇଁ ଏକ ବଡ କ୍ଷତି ବୋଲି ଶ୍ରୀ ପଟନାୟକ କହିଛନ୍ତି । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସଂତପ୍ତ ପରିବାର ବର୍ଗଙ୍କୁ ଶ୍ରୀ ପଟନାୟକ ଗଭୀର ସମବେଦନା ଜଣାଇଛନ୍ତି ।