ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ, ହାଇଦ୍ରାବାଦ ହେଲେ ଏୟାରଲିଫ୍ଟ

ଭୁବନେଶ୍ୱର : ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ । ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଡାକ୍ତରୀ ଟିମ୍‌ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ଏବେ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱରରୁ ହାଇଦ୍ରାବାଦ ଏୟାରଲିଫ୍ଟ ହୋଇଛନ୍ତି । ଅଳ୍ପଦିନ ତଳେ ମଧ୍ୟ ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଦେହ ଅସୁସ୍ଥ ହୋଇଥିଲା । କିଛି ଦିନ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଫେରିଥିଲେ । ଏବେ […]

ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ, ହାଇଦ୍ରାବାଦ ହେଲେ ଏୟାରଲିଫ୍ଟ

ଭୁବନେଶ୍ୱର : ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ । ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଡାକ୍ତରୀ ଟିମ୍‌ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ଏବେ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱରରୁ ହାଇଦ୍ରାବାଦ ଏୟାରଲିଫ୍ଟ ହୋଇଛନ୍ତି । ଅଳ୍ପଦିନ ତଳେ ମଧ୍ୟ ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଦେହ ଅସୁସ୍ଥ ହୋଇଥିଲା । କିଛି ଦିନ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଫେରିଥିଲେ । ଏବେ ପୁଣି ଥରେ ଅସୁସ୍ଥ ହୋଇଛନ୍ତି ବିଶ୍ୱଭୂଷଣ ହରିଚନ୍ଦନ ।

ସୂଚନାଯୋଗ୍ୟ , ବିଶ୍ୱଭୂଷଣ ହରିଚନ୍ଦନଙ୍କ ଜନ୍ମ ୧୯୩୪ ମସିହା ଅଗଷ୍ଟ ୩ ତାରିଖରେ । ଭାରତୀୟ ଜନସଂଘର ଜଣେ କର୍ମକର୍ତ୍ତା ଭାବେ ୧୯୭୧ ମସିହାରେ ଯୋଗଦେଇଥିଲେ । ୧୯୭୭ ମସିହାରେ ଜନତା ପାର୍ଟିର ସାଧାରଣ ସଂପାଦକ ଭାବେ ଦାୟିତ୍ୱ ତୁଲାଇଥିଲେ । ଦେଶରେ ଜରୁରୀକାଳୀନ ପରିସ୍ଥିତି ସମୟରେ ମଧ୍ୟ ଶ୍ରୀ ହରିଚନ୍ଦନ ଗୃହବନ୍ଦୀ ହୋଇଥିଲେ । ଜନତା ପାର୍ଟି ଟିକେଟରେ ୧୯୭୭ରେ ଚିଲିକା ବିଧାନସଭା ଆସନରୁ ସେ ନିର୍ବାଚନ ଲଢି ବିଜୟୀ ହୋଇଥିଲେ ।