ପୂର୍ବାନୁମାନ ହେଲା ସତ: ଆଣ୍ଡାମାନ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୧୩।୫: ଭାରତ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ସତ ହୋଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ଆଗକୁ ବଢ଼ିବ। ପରେ ନିକୋବର ଦୀପ ଏବଂ ଉତ୍ତର ଆଣ୍ଡାମାନର କିଛି ଅଞ୍ଚଳକୁ ଅଗ୍ରସର ହେବ ବୋଲି ଭାରତ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ’ […] The post ପୂର୍ବାନୁମାନ ହେଲା ସତ: ଆଣ୍ଡାମାନ ଛୁଇଁଲା ମୌସୁମୀ appeared first on Dharitri Odia News.

ପୂର୍ବାନୁମାନ ହେଲା ସତ: ଆଣ୍ଡାମାନ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୧୩।୫: ଭାରତ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ସତ ହୋଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ଆଗକୁ ବଢ଼ିବ। ପରେ ନିକୋବର ଦୀପ ଏବଂ ଉତ୍ତର ଆଣ୍ଡାମାନର କିଛି ଅଞ୍ଚଳକୁ ଅଗ୍ରସର ହେବ ବୋଲି ଭାରତ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ’ ୨୭ ରେ କେରଳ ଛୁଇଁବ। ସାଧାରଣତଃ ମୌସୁମୀ ବାୟୁ ଜୁନରେ କେରଳ ପହଞ୍ଚି ଥାଏ। କିନ୍ତୁ ଚଳିତ ଥର ମୌସୁମୀ ଶୀଘ୍ର କେରଳ ପହଞ୍ଚିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ଯଦି ମୌସୁମୀ ୨୭ ମେ’ ସୁଦ୍ଧା କେରଳରେ ପହଞ୍ଚିଯାଏ, ତେବେ ଏହା ୨୦୦୯ ପରଠାରୁ ଏହା ପ୍ରଥମ ଥର ହେବ। ୨୦୦୯ରେ ମୌସୁମୀ ୨୩ ମେ’ରେ କେରଳରେ ପହଞ୍ଚି ଥିଲା।

ସାଧାରଣତଃ ଦକ୍ଷିଣ ପଶ୍ଚିମ ମୌସୁମୀ ଜୁନ ୧ରେ କେରଳରେ ପହଞ୍ଚିବା ପରେ ସାରା ଭାରତରେ ବର୍ଷା ହୋଇଯାଇଥାଏ। ସେପ୍ଟେମ୍ବରରେ ମୌସୁମୀ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ହଟି ଯାଇଥାଏ । ଅକ୍ଟୋବରରେ ସମ୍ପୂର୍ଣ୍ଣ ଭାବେ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ମୌସୁମୀ ଫେରିଯାଇ ବୋଲି ଆକଳନ ରହିଛି।

The post ପୂର୍ବାନୁମାନ ହେଲା ସତ: ଆଣ୍ଡାମାନ ଛୁଇଁଲା ମୌସୁମୀ appeared first on Dharitri Odia News.