ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି
ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗାଁ ର ଗୋପି ସେଠି (୮୧)। ପାଣି ଭିତରକୁ ଗାଧୋଇବା ପାଇଁ ଯାଇ ଦୀର୍ଘ ସମୟଧରି ନ ଫେରିବାରୁ ଉପସ୍ଥିତ ଲୋକ ଖୋଜାଖୋଜି କରିଥିଲେ। ପରେ ଖବରପାଇ ହିଞ୍ଜିଳିକାଟୁ ଅଗ୍ନିଶମ ବାହିନୀର କର୍ମଚାରୀମାନେ ପହଞ୍ଚି ପୋଖରୀରୁ ବୃଦ୍ଧଙ୍କ ଶରୀରକୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି […] The post ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି appeared first on Dharitri Odia News.
ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗାଁ ର ଗୋପି ସେଠି (୮୧)। ପାଣି ଭିତରକୁ ଗାଧୋଇବା ପାଇଁ ଯାଇ ଦୀର୍ଘ ସମୟଧରି ନ ଫେରିବାରୁ ଉପସ୍ଥିତ ଲୋକ ଖୋଜାଖୋଜି କରିଥିଲେ। ପରେ ଖବରପାଇ ହିଞ୍ଜିଳିକାଟୁ ଅଗ୍ନିଶମ ବାହିନୀର କର୍ମଚାରୀମାନେ ପହଞ୍ଚି ପୋଖରୀରୁ ବୃଦ୍ଧଙ୍କ ଶରୀରକୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ବୃଦ୍ଧଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ହିଞ୍ଜିଳି ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହକୁ ଜବତ କରିଛି। ଏଥିନେଇ ହିଞ୍ଜିଳି ଥାନାରେ କେସ ନଂ- ୮୧/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଯାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ପ୍ରଦାନ କରାଯାଇଛି। ପୋଲିସ ତଦନ୍ତ ଚଳାଇଛି।
The post ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି appeared first on Dharitri Odia News.