ପୋଖରୀରୁ ଅଚିହ୍ନା ମୃତଦେହ ଜବତ: ହୁଡ଼ାରେ ରହିଛି ବ୍ୟାଗ୍, ଆଶାବାଡ଼ି
ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣଶରଣପୁର ପଞ୍ଚାୟତର ପଣ୍ଡିତ ଗାଁ ଚଟିବନ୍ଧରୁ ଜଣେ ଅଚିହ୍ନା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ମିଳିଥିବା ସୂଚନାନୁଯାୟୀ, ବୁଧବାର ସନ୍ଧ୍ୟାରେ ପଣ୍ଡିତ ଗାଁ ପୋଖରୀରେ ଜଣେ ଅଚିହ୍ନା ବୃଦ୍ଧଙ୍କ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ କିଛି ଯୁବକ ଖଲ୍ଲିକୋଟ ଥାନା ପୋଲିସ ଓ ଅଗ୍ନିଶମ କେନ୍ଦ୍ରକୁ ଖବର ଦେଇଥିଲେ। ତୁରନ୍ତ ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପୋଖରୀ […] The post ପୋଖରୀରୁ ଅଚିହ୍ନା ମୃତଦେହ ଜବତ: ହୁଡ଼ାରେ ରହିଛି ବ୍ୟାଗ୍, ଆଶାବାଡ଼ି appeared first on Dharitri Odia News.
ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣଶରଣପୁର ପଞ୍ଚାୟତର ପଣ୍ଡିତ ଗାଁ ଚଟିବନ୍ଧରୁ ଜଣେ ଅଚିହ୍ନା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ।
ମିଳିଥିବା ସୂଚନାନୁଯାୟୀ, ବୁଧବାର ସନ୍ଧ୍ୟାରେ ପଣ୍ଡିତ ଗାଁ ପୋଖରୀରେ ଜଣେ ଅଚିହ୍ନା ବୃଦ୍ଧଙ୍କ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ କିଛି ଯୁବକ ଖଲ୍ଲିକୋଟ ଥାନା ପୋଲିସ ଓ ଅଗ୍ନିଶମ କେନ୍ଦ୍ରକୁ ଖବର ଦେଇଥିଲେ। ତୁରନ୍ତ ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପୋଖରୀ ଭିତରୁ ବୃଦ୍ଧଙ୍କ ମୃତଦେହକୁ ଉଦ୍ଧାର କରି ତଦନ୍ତ ଚଳାଇଥିବା ବେଳେ ମୃତ ବୃଦ୍ଧଙ୍କ ବର୍ତ୍ତମାନ ସୁଦ୍ଧା ପରିଚୟ ମିଳିପାରି ନାହିଁ। ତେବେ ପୋଖରୀ କୂଳରେ ଥିବା ପଥର ଉପରେ ଗୋଟିଏ ଆଶା ବାଡ଼ି ଓ ବ୍ୟାଗ ଥୁଆ ହୋଇଥିବା ଦେଖିବାକୁ ମିଳିଛି।
The post ପୋଖରୀରୁ ଅଚିହ୍ନା ମୃତଦେହ ଜବତ: ହୁଡ଼ାରେ ରହିଛି ବ୍ୟାଗ୍, ଆଶାବାଡ଼ି appeared first on Dharitri Odia News.