ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ
ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା। ଶରତ ବରାଳଙ୍କ ଝିଅ ସ୍ମୃତି ରେଖା (୧୨) ଏବଂ ବପୁନି ବରାଳଙ୍କ ଝିଅ ଶୁଭଶ୍ରୀ(୯) ଗାଧୋଇବା ବେଳେ ପାଣିରେ ବୁଡ଼ି ଯାଇଥିଲେ। ତେବେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରିବା ପରେ ପୋଖରୀ ନିକଟରେ ପାଟି ଶୁଣି ଯିବା ପରେ ସ୍ଥାନୀୟ ଲୋକେ […] The post ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ appeared first on Dharitri Odia News.
ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା। ଶରତ ବରାଳଙ୍କ ଝିଅ ସ୍ମୃତି ରେଖା (୧୨) ଏବଂ ବପୁନି ବରାଳଙ୍କ ଝିଅ ଶୁଭଶ୍ରୀ(୯) ଗାଧୋଇବା ବେଳେ ପାଣିରେ ବୁଡ଼ି ଯାଇଥିଲେ। ତେବେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରିବା ପରେ ପୋଖରୀ ନିକଟରେ ପାଟି ଶୁଣି ଯିବା ପରେ ସ୍ଥାନୀୟ ଲୋକେ ଉଦ୍ଧାର କରି ଗୋପ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଛନ୍ତି।
The post ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ appeared first on Dharitri Odia News.