ପୋଲିସ ଇନଫର୍ମର ସନ୍ଦେହରେ ଜଣକୁ ହତ୍ୟା କଲେ ମାଓବାଦୀ, ଘଟଣା ସ୍ଥଳରେ ଦେଖିବାକୁ ମିଳିଛି ମାଓ ପୋଷ୍ଟର
ମାଲକାନଗିରି: ପୋଲିସ ଇନଫର୍ମର ସନ୍ଦେହରେ ଜଣକୁ ହତ୍ୟା କଲେ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର କେସାମୁଣ୍ଡି ଗାଁରେ ନିର୍ମମ ହତ୍ୟା କରାଯାଇଛି। ଧାରୁଆ ଅସ୍ତ୍ରରେ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ। ମୃତକ ହେଲେ ହିଡ଼ମା ସୋଡି। ଘଟଣା ସ୍ଥଳରେ ମାଓ ପୋଷ୍ଟର ଥିବା ଦେଖିବାକୁ ମିଳିଛି। ଯିଏ ପୋଲିସକୁ ମାଓବାଦୀ ସମ୍ପର୍କରେ ସୂଚନା ଦେବ, ତାର ଏଭଳି ପରିଣାମ ହେବ ବୋଲିପୋଷ୍ଟରରେ ଉଲ୍ଲେଖ ରଖାଯାଇଛି। ପୋଲିସ ସହ ମିଶି […] The post ପୋଲିସ ଇନଫର୍ମର ସନ୍ଦେହରେ ଜଣକୁ ହତ୍ୟା କଲେ ମାଓବାଦୀ, ଘଟଣା ସ୍ଥଳରେ ଦେଖିବାକୁ ମିଳିଛି ମାଓ ପୋଷ୍ଟର appeared first on KNews Odisha.

ମାଲକାନଗିରି: ପୋଲିସ ଇନଫର୍ମର ସନ୍ଦେହରେ ଜଣକୁ ହତ୍ୟା କଲେ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର କେସାମୁଣ୍ଡି ଗାଁରେ ନିର୍ମମ ହତ୍ୟା କରାଯାଇଛି। ଧାରୁଆ ଅସ୍ତ୍ରରେ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ। ମୃତକ ହେଲେ ହିଡ଼ମା ସୋଡି।
ଘଟଣା ସ୍ଥଳରେ ମାଓ ପୋଷ୍ଟର ଥିବା ଦେଖିବାକୁ ମିଳିଛି। ଯିଏ ପୋଲିସକୁ ମାଓବାଦୀ ସମ୍ପର୍କରେ ସୂଚନା ଦେବ, ତାର ଏଭଳି ପରିଣାମ ହେବ ବୋଲିପୋଷ୍ଟରରେ ଉଲ୍ଲେଖ ରଖାଯାଇଛି। ପୋଲିସ ସହ ମିଶି ମାଓ ବିରୋଧୀ କାର୍ଯ୍ୟକଳାପ କରୁଥିବାରୁ ତାକୁ ପ୍ରଜା କୋର୍ଟରେ ମୃତ୍ୟୁଦଣ୍ଡ ଦିଆଯାଇଛି।
ଗତ କିଛିଦିନ ହେବ ପୋଲିସର ଏନକାଉଣ୍ଟରରେ ଅନେକ ମାଓବାଦୀ ନିହତ ପରେ ଏବେ ମାଓ ସଙ୍ଗଠନ ରକ୍ତମୁଖା ହୋଇପଡିଛି। ପୋଲିସ ପକ୍ଷରୁ ଅପରେସନକୁ ଜୋରଦାର କରାଯାଇଛି ।
Also read:DRG ଏବଂ କୋବ୍ରା ଯବାନଙ୍କ ମିଳିତ ଅପରେସନ ବେଳେ ସଫଳତା, ୧୪ ହାର୍ଡକୋର ମାଓବାଦୀ ଗିରଫ
The post ପୋଲିସ ଇନଫର୍ମର ସନ୍ଦେହରେ ଜଣକୁ ହତ୍ୟା କଲେ ମାଓବାଦୀ, ଘଟଣା ସ୍ଥଳରେ ଦେଖିବାକୁ ମିଳିଛି ମାଓ ପୋଷ୍ଟର appeared first on KNews Odisha.