ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଉତ୍ତେଜନା

ତାଳଚେର,୨୯।୪(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ବଲଣ୍ଡା ଅଞ୍ଚଳରେ ମଙ୍ଗଳବାର ସକାଳେ ଏକ Oisf ପୋଲିସ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସ୍ଥାନୀୟ ଗୁରୁଦ୍ୱାର ଅଞ୍ଚଳର ସୁଶାନ୍ତ ସାହୁ (୪୦)। ମିଳିଥିବା ସୂଚନା ମୁତାବକ, ସୁଶାନ୍ତ ବଲଣ୍ଡା ବଜାରକୁ ପରିବା ନେବାକୁ ଆସିଥିଲେ। ସେତିକିବେଳେ Oisf ପୋଲିସ ଗାଡ଼ି ଦ୍ରୁତ ଗତିରେ ଆସି ତାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିବା ପ୍ରତ୍ୟକ୍ଷଦର୍ଶୀ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ଘଟଣାସ୍ଥଳରେ ସୁଶାନ୍ତଙ୍କ […] The post ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଉତ୍ତେଜନା appeared first on Dharitri Odia News.

ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଉତ୍ତେଜନା

ତାଳଚେର,୨୯।୪(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ବଲଣ୍ଡା ଅଞ୍ଚଳରେ ମଙ୍ଗଳବାର ସକାଳେ ଏକ Oisf ପୋଲିସ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସ୍ଥାନୀୟ ଗୁରୁଦ୍ୱାର ଅଞ୍ଚଳର ସୁଶାନ୍ତ ସାହୁ (୪୦)।

ମିଳିଥିବା ସୂଚନା ମୁତାବକ, ସୁଶାନ୍ତ ବଲଣ୍ଡା ବଜାରକୁ ପରିବା ନେବାକୁ ଆସିଥିଲେ। ସେତିକିବେଳେ Oisf ପୋଲିସ ଗାଡ଼ି ଦ୍ରୁତ ଗତିରେ ଆସି ତାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିବା ପ୍ରତ୍ୟକ୍ଷଦର୍ଶୀ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ଘଟଣାସ୍ଥଳରେ ସୁଶାନ୍ତଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଉତ୍ତେଜନା ପରିସ୍ଥିତି ଦେଖା ଦେଖାଦେଇଇଥିଲା।

ଖବର ପାଇ କଲିୟାରୀ ପୋଲିସ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରି ବୁଝାଶୁଝା କରିଥିଲା। ଅନ୍ୟପକ୍ଷେ ପରିବାର ଲୋକଙ୍କୁ କ୍ଷତିପୂରଣ ଦେବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି।

The post ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଉତ୍ତେଜନା appeared first on Dharitri Odia News.