ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ବାଜିମାରିଲେ ଛାତ୍ରୀ
କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପାସ୍ ହାର ୯୬.୦୭% ରହିଛି। ଛାତ୍ରୀଙ୍କ ପାସ୍ ହାର ୯୬.୭୩% ରହିଥିବା ବେଳେ ଛାତ୍ରଙ୍କ ପାସ୍ ହାର ୯୫.୩୯% ରହିଛି। ୩୦ ଜିଲା ମଧ୍ୟରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ପାସ୍ ହାର ୯୭.୯୮% ରହିଥିବା ବେଳେ ନୂଆପଡ଼ା ଜିଲାରେ ସର୍ବନିମ୍ନ ପାସ୍ ହାର ୯୩.୯୧% ରହିଛି। ଛାତ୍ରୀଛାତ୍ର ବୋର୍ଡ ଓ୍ବେବ୍ସାଇଟ୍, ମୋବାଇଲ ଏସ୍ଏମ୍ଏସ୍ ସହ […] The post ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ବାଜିମାରିଲେ ଛାତ୍ରୀ appeared first on Dharitri Odia News.
କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପାସ୍ ହାର ୯୬.୦୭% ରହିଛି। ଛାତ୍ରୀଙ୍କ ପାସ୍ ହାର ୯୬.୭୩% ରହିଥିବା ବେଳେ ଛାତ୍ରଙ୍କ ପାସ୍ ହାର ୯୫.୩୯% ରହିଛି। ୩୦ ଜିଲା ମଧ୍ୟରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ପାସ୍ ହାର ୯୭.୯୮% ରହିଥିବା ବେଳେ ନୂଆପଡ଼ା ଜିଲାରେ ସର୍ବନିମ୍ନ ପାସ୍ ହାର ୯୩.୯୧% ରହିଛି। ଛାତ୍ରୀଛାତ୍ର ବୋର୍ଡ ଓ୍ବେବ୍ସାଇଟ୍, ମୋବାଇଲ ଏସ୍ଏମ୍ଏସ୍ ସହ ପ୍ରଥମଥର ପାଇଁ ହ୍ବାଟ୍ସଆପ୍ ଜରିଆରେ ପରୀକ୍ଷାଫଳ ଜାଣିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଯୁକ୍ତ୨ ପରୀକ୍ଷା ଫଳ ପରିଷଦ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରେ ଘୋଷଣା କରାଯିବ। ଛାତ୍ରୀଛାତ୍ରମାନେ www.orissaresults.nic.in ଓ୍ବେବ୍ସାଇଟରେ ରେଜଲ୍ଟ ଦେଖିପାରିବେ।
ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୪୫୭ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୬୪୨୦ ଛାତ୍ରୀଛାତ୍ର ପାସ୍ କରିଛନ୍ତି। ମୋଟ୍ ପାସ୍ ହାର ୫୯.୮୮ % ରହିଛି।
ମଧ୍ୟମାରେ ୩୨୫୨ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ପାସ୍ କରିଛନ୍ତି ୩୧୯୧ ଜଣ। ପାସ୍ ହାର ୯୮.୧୨% ରହିଛି।
ସୂଚନାଯୋଗ୍ୟ, ଚଳିତବର୍ଷ ୫,୪୧,୦୬୧ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୫,୩୦,୧୫୩ ଛାତ୍ରୀଛାତ୍ର ପାସ୍ କରିଛନ୍ତି।
The post ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ବାଜିମାରିଲେ ଛାତ୍ରୀ appeared first on Dharitri Odia News.