ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ବିଭାଗ ପକ୍ଷରୁ ଭୀଷଣ ଗରମ ହେବା ନେଇ ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, ଖୋର୍ଦ୍ଧା, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲାରେ […] The post ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ appeared first on Dharitri Odia News.

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ରବିବାର ବିଭାଗ ପକ୍ଷରୁ ଭୀଷଣ ଗରମ ହେବା ନେଇ ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, ଖୋର୍ଦ୍ଧା, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ଷୋମବାର ସୁଦ୍ଧା ଭୀଷଣ ଗରମ ହେବା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ସେହିଭଳି ଦେବଗଡ଼, ସୋନପୁର, କଳାହାଣ୍ଡି, ମନ୍ଧମାଳ, ନୟାଗଡ଼, ରାୟଗଡ଼ା, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ମାଲକାନଗିରି, ଗଞ୍ଜାମ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ବରଗଡ଼ ଜିଲାକୁ ଗ୍ରୀଷ୍ମ ପ୍ରବାହ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ କୋରାପୁଟ ଓ ପୁରୀ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ସେହିଭଳି ସୋମବାର ପାଇଁ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଖୋର୍ଦ୍ଧା, ନୟାଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦୁଝର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ମୟୁରଭଞ୍ଜ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ସେହିଭଳି ଦେବଗଡ, ବରଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

The post ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ appeared first on Dharitri Odia News.