ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର
ଭୁବନେଶ୍ୱର:ଗ୍ରାମାଞ୍ଚଳର ଲୋକଙ୍କ ଚିକିତ୍ସା କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବେ ରାଜ୍ୟ ସରକାର। ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରତିଷ୍ଠା ହେବ।ଆୟୁଷ୍ମାନ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡିଶାରେ ଲାଗୁ ହେବା ଅବସରରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ କାୟାକଳ୍ପ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ୱାସ୍ଥ୍ୟ କ୍ଷେତ୍ରରେ ଏହି ସବୁ ଯେଉଁ ଯୁଗାନ୍ତକାରୀ ପଦକ୍ଷେପ […]

ଭୁବନେଶ୍ୱର:ଗ୍ରାମାଞ୍ଚଳର ଲୋକଙ୍କ ଚିକିତ୍ସା କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବେ ରାଜ୍ୟ ସରକାର। ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରତିଷ୍ଠା ହେବ।ଆୟୁଷ୍ମାନ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡିଶାରେ ଲାଗୁ ହେବା ଅବସରରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ କାୟାକଳ୍ପ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ୱାସ୍ଥ୍ୟ କ୍ଷେତ୍ରରେ ଏହି ସବୁ ଯେଉଁ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଉଛି ତାହା 2036 ସୁଦ୍ଧା ସମୃଦ୍ଧ ଓଡିଶା ଓ 2047 ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର ପଞ୍ଚାୟତ ସ୍ତରରେ ଯେଉଁ ହେଲଥ ସବ୍ ସେଣ୍ଟର ଅଛି ତାହା ଠିକଭାବେ କାର୍ଯ୍ୟକାରୀ ହେଉନାହିଁ । ତେଣୁ, ରାଜ୍ୟ ସରକାର ବର୍ତ୍ତମାନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏଥିରେ ହେଲଥ ୱାର୍କର ଓ ଯୋଗ ଶିକ୍ଷକ ନିୟୋଜିତ ହେବେ । ଏହି ସବୁ କେନ୍ଦ୍ର ଗୁଡିକର ପୂର୍ଣ୍ଣାଙ୍ଗ ଭିତ୍ତିଭୂମି ବିକଶିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।