ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୧୦୦ କୋଟି ଟଙ୍କା

ଭୁବନେଶ୍ୱର,୬।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜଧାନୀର ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟ ଅଟକଳରେ କରାଯାଉଥିବା ଏହି ଭବନ ଆଦିବାସୀ କଳା, ସଂସ୍କୃତି ଓ ବିକାଶର ବିଚାରବିମର୍ଶ, ବୈଠକ, ସମ୍ମିଳନୀ ଓ ପ୍ରଦର୍ଶନ ପାଇଁ ଏକ ବହୁମୁଖୀ କେନ୍ଦ୍ର ଭାବେ ପରିଗଣିତ ହେବ। ରାଜ୍ୟର ଆଦିବାସୀ ଲୋକଙ୍କ ଉଦ୍ଦେଶ୍ୟରେ ସମର୍ପିତ ଏହି ଭବନ ନବୀନ ଓଡ଼ିଶା […] The post ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୧୦୦ କୋଟି ଟଙ୍କା appeared first on Dharitri Odia News.

ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୧୦୦ କୋଟି ଟଙ୍କା

ଭୁବନେଶ୍ୱର,୬।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜଧାନୀର ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟ ଅଟକଳରେ କରାଯାଉଥିବା ଏହି ଭବନ ଆଦିବାସୀ କଳା, ସଂସ୍କୃତି ଓ ବିକାଶର ବିଚାରବିମର୍ଶ, ବୈଠକ, ସମ୍ମିଳନୀ ଓ ପ୍ରଦର୍ଶନ ପାଇଁ ଏକ ବହୁମୁଖୀ କେନ୍ଦ୍ର ଭାବେ ପରିଗଣିତ ହେବ।

ରାଜ୍ୟର ଆଦିବାସୀ ଲୋକଙ୍କ ଉଦ୍ଦେଶ୍ୟରେ ସମର୍ପିତ ଏହି ଭବନ ନବୀନ ଓଡ଼ିଶା ସଶକ୍ତ ଓଡ଼ିଶାର ପରିକଳ୍ପନାକୁ ସାକାର କରିବା ଦିଗରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଅନୁଯାୟୀ, ଏହି ପ୍ରସ୍ତାବିତ ଭବନର ଆବଶ୍ୟକତା ବିଷୟରେ ବିଭିନ୍ନ ଜନଜାତି ଗୋଷ୍ଠୀ ପକ୍ଷରୁ 5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏହା କାର୍ଯ୍ୟକ୍ଷମ ହେଲେ ଆଦିମ ଜନଜାତି ସମେତ ୬୪ଟି ଅନୁସୂଚିତ ଜନଜାତି ବର୍ଗର ଆଦିବାସୀ ଲୋକ ଉପକୃତ ହେବେ।

The post ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୧୦୦ କୋଟି ଟଙ୍କା appeared first on Dharitri Odia News.