ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ
ଭୁବନେଶ୍ବର: ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ । ଦେବୀପ୍ରସନ୍ନଙ୍କୁ... The post ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ appeared first on .
ଭୁବନେଶ୍ବର: ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ । ଦେବୀପ୍ରସନ୍ନଙ୍କୁ ମାନପତ୍ର ସହ କୋଡ଼ିଏ ଲକ୍ଷ ଟଙ୍କା ପୁରସ୍କାର ରାଶିରେ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ତାଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ। ଓଡ଼ିଆ ଭାଷା ଉପରେ ତାଙ୍କର ଉଚ୍ଚକୋଟିର ଗବେଷଣା ଦିଗରେ ଜୀବନ ବ୍ୟାପୀ ସାଧନାର ସ୍ୱୀକୃତି ସ୍ଵରୂପ ତାଙ୍କୁ ବିଶ୍ଵ ଓଡିଆ ସମ୍ମାନରେ ସମ୍ମାନିତ କରିବେ ମୁଖ୍ଯମନ୍ତ୍ରୀ । ଦେବୀପ୍ରସନ୍ନଙ୍କ ଗବେଷଣା ଓଡ଼ିଆ ଭାଷାକୁ ବହୁ ଭାବରେ ସମୃଦ୍ଧ କରିଛି। ଭାରତର ଜଣେ ବିଶିଷ୍ଟ ବିଦ୍ୱାନ ଓ ଭାଷାବିତ୍ ଭାବରେ ଦେବୀପ୍ରସନ୍ନଙ୍କର ବେଶ୍ ନାଁ ରହିଛି । ଭାରତୀୟ ଭାଷା ପ୍ରତିଷ୍ଠାନର ପ୍ରତିଷ୍ଠାତା ନିର୍ଦ୍ଦେଶକ ଭାବରେ ସେ ଅନେକ ସୁନାମ ଅର୍ଜନ କରିଛନ୍ତି ।
ଭାରତୀୟ ଭାଷା ସମୂହର ବିକାଶ ଦିଗରେ ତାଙ୍କର ସମର୍ପିତ ଉଦ୍ୟମ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି ଭାରତ ସରକାର । ସେହିପରି ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ଦିଗରେ ଡକ୍ଟର ପଟ୍ଟନାୟକଙ୍କ ବହୁମୂଲ୍ୟ ଅବଦାନ ରହିଛି । ରାଜ୍ଯ ସରକାରଙ୍କ ଦ୍ୱାରା ଗଠିତ କମିଟି ସର୍ବସମ୍ମତି କ୍ରମେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କ ନାମକୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ସୁପାରିସ କରିଥିଲେ । କମିଟିରେ ଭାରତୀୟ ଭାଷା ପରିଷଦର ସଭାପତି ତଥା ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟର ଭାଷା ବିଭାଗର ପୂର୍ବତନ ପ୍ରଫେସର ଜି. ଉମା ମହେଶ୍ଵର ରାଓ, ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସବିତା ପ୍ରଧାନ, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପି. କେ. ସ୍ଵାଇଁ ଏବଂ କେନ୍ଦ୍ରଶିକ୍ଷା ବିଭାଗର ଶାସ୍ତ୍ରୀୟ ଓଡ଼ିଆ ଅଧ୍ୟୟନ ଉତ୍କର୍ଷ କେନ୍ଦ୍ରର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫେସର ବସନ୍ତ କୁମାର ପଣ୍ଡା ପ୍ରମୁଖ ବିଦ୍ବାନ ବିଚାରକଙ୍କୁ ନିଆଯାଇଥିଲା ।
The post ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ appeared first on .