ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କରିଛନ୍ତି। ଏହାର ଟ୍ୟାଗ୍ଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି। ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର […] The post ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୧୧ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କରିଛନ୍ତି। ଏହାର ଟ୍ୟାଗ୍ଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି। ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଁ ଆଶା କରୁଛି। ସେ କହିଛନ୍ତି, ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ। ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓ ଭାଷା ସମ୍ମିଳନୀର ଆୟୋଜନ।
ସେ ପୁଣି କହିଛନ୍ତି, ଏକ ସ୍ବତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓ ଭାଷାର ଆଦର ବଢ଼ିବ ଏବଂ ଆଧୁନିକ ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ ସେ ସମ୍ପର୍କରେ ବିଚାର- ବିମର୍ଷ କରି ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ
The post ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.