ପ୍ରଧାନମନ୍ତ୍ରୀ ଫସଲ ବୀମା କ୍ଷୟକ୍ଷତି ଆକଳନ ଶେଷ, ୨ ଲକ୍ଷ ୭୨୯ଟି ପ୍ଲଟରେ କ୍ଷତିଗ୍ରସ୍ତ ଚାଷୀଙ୍କ ଆବେଦନ
ଭୁବନେଶ୍ୱର,୧୩।୧: ଅମଳ ପରବର୍ତ୍ତୀ ଫସଲ କ୍ଷତି ଆକଳନ କାର୍ଯ୍ୟ ଶେଷ ହୋଇଛି । ସୋମବାର ସୁଦ୍ଧା ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ ବାବଦକୁ ମୋଟ ୨୧ କୋଟି ୯୬ ଲକ୍ଷ ଟଙ୍କା କ୍ଷତିପୂରଣ ସିଧାସଳଖ ଚାଷୀମାନଙ୍କର ବ୍ୟାଙ୍କ ଖାତାକୁ ପ୍ରଦାନ କରାଯାଇଛି । ବୀମା କମ୍ପାନୀମାନଙ୍କ ପକ୍ଷରୁ ଏହି କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ସୂଚାରୁ ରୂପେ ଜାରି ରହିଛି । ସୂଚନାଯୋଗ୍ୟ ଯେ, ଗତ ଡିସେମ୍ବର ମାସରେ ଦୁଇ ଥର ଅଦିନିଆ ବର୍ଷା ଯୋଗୁଁ ରାଜ୍ୟରେ […] The post ପ୍ରଧାନମନ୍ତ୍ରୀ ଫସଲ ବୀମା କ୍ଷୟକ୍ଷତି ଆକଳନ ଶେଷ, ୨ ଲକ୍ଷ ୭୨୯ଟି ପ୍ଲଟରେ କ୍ଷତିଗ୍ରସ୍ତ ଚାଷୀଙ୍କ ଆବେଦନ appeared first on Dharitri Odia News.
ଭୁବନେଶ୍ୱର,୧୩।୧: ଅମଳ ପରବର୍ତ୍ତୀ ଫସଲ କ୍ଷତି ଆକଳନ କାର୍ଯ୍ୟ ଶେଷ ହୋଇଛି । ସୋମବାର ସୁଦ୍ଧା ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ ବାବଦକୁ ମୋଟ ୨୧ କୋଟି ୯୬ ଲକ୍ଷ ଟଙ୍କା କ୍ଷତିପୂରଣ ସିଧାସଳଖ ଚାଷୀମାନଙ୍କର ବ୍ୟାଙ୍କ ଖାତାକୁ ପ୍ରଦାନ କରାଯାଇଛି । ବୀମା କମ୍ପାନୀମାନଙ୍କ ପକ୍ଷରୁ ଏହି କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ସୂଚାରୁ ରୂପେ ଜାରି ରହିଛି ।
ସୂଚନାଯୋଗ୍ୟ ଯେ, ଗତ ଡିସେମ୍ବର ମାସରେ ଦୁଇ ଥର ଅଦିନିଆ ବର୍ଷା ଯୋଗୁଁ ରାଜ୍ୟରେ ଖରିଫ ଫସଲ ବିଶେଷ କରି ଅମଳ ହୋଇ ସାରି ଜମିରେ ଥିବା ଧାନ ଫସଲର ବ୍ୟାପକ କ୍ଷୟକ୍ଷତି ପରିଲକ୍ଷିତ ହୋଇଥିଲା । ଏଥିପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜୀକୃତ ଚାଷୀମାନଙ୍କୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ୭୨ ଘଣ୍ଟା ମଧ୍ୟରେ ଫସଲ ବୀମା ପୋର୍ଟାଲରେ କ୍ଷୟକ୍ଷତିର ସୂଚନା ଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଥିଲା । କେନ୍ଦ୍ର ସରକାରଙ୍କ ଅନୁମତି କ୍ରମେ ନିର୍ଦ୍ଧାରିତ ସମୟ ମଧ୍ୟରେ ସୂଚନା ପ୍ରଦାନ କରି ନଥିବା ଚାଷୀମାନଙ୍କୁ ସୂଚନା ପ୍ରଦାନ ନିମନ୍ତେ ପୁନର୍ବାର ଆଉ ତିନି ଦିନ ସୁଯୋଗ ଦିଆଯାଇଥିଲା ।
ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମାଭୁକ୍ତ ହୋଇଥିବା ପଞ୍ଜୀକୃତ ଚାଷୀ ଫସଲବୀମା ପୋର୍ଟାଲରେ ମୋଟ ୨,୦୦,୭୨୯ଟି ପ୍ଲଟରେ କ୍ଷତି ହୋଇଥିବାର ଆବେଦନ କରିଥିଲେ । ତନ୍ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪୭,୯୬୯ ସଂଖ୍ୟକ ଆବେଦନ ପତ୍ର ମିଳିଥିବା ବେଳେ ଗଞ୍ଜାମ ସମେତ ଗଜପତି, ପୁରୀ, କେନ୍ଦ୍ରାପଡ଼ା, ନୟାଗଡ, କଟକ,ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲ୍ଲାରୁ ମୋଟ ୧,୬୨,୯୭୨ ସଂଖ୍ୟକ ଆବେଦନ ପତ୍ର ମିଳିଥିଲା ।
ଏହି ସମସ୍ତ ଆବେଦନକୁ ଭିତ୍ତି କରି ତୁରନ୍ତ କ୍ଷେତ୍ରୀୟ ସ୍ତରରେ ଫସଲ କ୍ଷତି ଆକଳନ କାର୍ଯ୍ୟ ତୁରନ୍ତ ଶେଷ କରିବା ପାଇଁ ଚାରି ଗୋଟି ବୀମା କମ୍ପାନୀ ଯଥା Agriculture Insurance Company of India Ltd, SBI General Insurance Company Ltd, Future Generali India Insurance Ltd. ଏବ୦ Reliance GIC Ltd. ଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ନିର୍ଦ୍ଦେଶ ଦିଆଯାଇଥିଲା ।
ବୀମା କମ୍ପାନୀ ପକ୍ଷରୁ ଅମଳ ପରବର୍ତ୍ତୀ ଫସଲ କ୍ଷୟକ୍ଷତି ଆକଳନ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ବୀମା କମ୍ପାନୀ ପକ୍ଷରୁ କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ସୁଚାରୁରୂପେ ଜାରି ରହିଛି । ଚାଷୀଙ୍କ ସ୍ୱାର୍ଥକୁ ପ୍ରାଥମିକତା ଦେଇ କ୍ଷତିପୂରଣ ରାଶି ପ୍ରଦାନ ପ୍ରକ୍ରିୟାକୁ ରାଜ୍ୟ ସରକାରଙ୍କ କୃଷି ବିଭାଗ ଓ ସମବାୟ ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀମାନେ ପ୍ରତ୍ୟକ୍ଷ ଭାବେ ତଦାରଖ ଓ ସମୀକ୍ଷା କରୁଛନ୍ତି ।
The post ପ୍ରଧାନମନ୍ତ୍ରୀ ଫସଲ ବୀମା କ୍ଷୟକ୍ଷତି ଆକଳନ ଶେଷ, ୨ ଲକ୍ଷ ୭୨୯ଟି ପ୍ଲଟରେ କ୍ଷତିଗ୍ରସ୍ତ ଚାଷୀଙ୍କ ଆବେଦନ appeared first on Dharitri Odia News.