ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ଅତ୍ୟନ୍ତ ପ୍ରବଳ ବର୍ଷା: ୟେଲୋ, ଅରେଞ୍ଜ ଓ ରେଡ୍ ୱାର୍ଣ୍ଣିଂ ଜାରି

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଚାରିଟି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ଅତ୍ୟନ୍ତ ପ୍ରବଳ ବର୍ଷା: ୟେଲୋ, ଅରେଞ୍ଜ ଓ ରେଡ୍ ୱାର୍ଣ୍ଣିଂ ଜାରି

ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସାଢ଼େ ୮ଟାରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨ରୁ ୩ ଦିନ ଯାଏ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଗତି କରିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଓଡ଼ିଶା ଉପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ପାଣିପାଗର ସ୍ଥିତି ଏଭଳି ଥିବା ବେଳେ ଆଗାମୀ କିଛି ଦିନ ଧରି ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। କେଉଁଠି ହାଲୁକାରୁ ମଧ୍ୟମ ଧରଣର ତ କେଉଁଠି ପ୍ରବଳରୁ ଅତି ପ୍ରବଳ ଓ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଚେତନାବନୀ ମଧ୍ୟ ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଆଜି ଜାରି କରାଯାଇଥିବା ମଧ୍ୟାହ୍ନ ବୁଲେଟିନ୍‌ରେ କୁହାଯାଇଛି ଯେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବିଜୁଳି ମାରିବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟାପ୍ରତି ୩୦ରୁ ୪୦ କିମି), ଘଡ଼ଘଡ଼ି ଓ ବଜ୍ରପାତ ସହିତ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟାପ୍ରତି ୩୦ରୁ ୪୦ କିମି) ଓ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।

ସେହିପରି କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ନୂଆପଡ଼ା, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ଓ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି (ଜୁଲାଇ ୭ ତାରିଖ) ସକାଳ ସାଢ଼େ ୮ଟାରୁ ୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟାପ୍ରତି ୩୦ରୁ ୪୦ କିମି) ଓ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, କଟକ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟାପ୍ରତି ୩୦ରୁ ୪୦ କିମି) ଓ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଦେବଗଡ଼ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ପ୍ରବାହିତ ହେବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୮ ତାରିଖ ସକାଳ ସାଢ଼େ ୮ଟାରୁ ୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୧ ତାରିଖ ସକାଳ ସାଢ଼େ ୮ଟାରୁ ୧୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୨ ତାରିଖ ସକାଳ ସାଢ଼େ ୮ଟାରୁ ୧୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୩ ତାରିଖ ସକାଳ ସାଢ଼େ ୮ଟାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପାଣିପାଗରେ କୌଣସି ବଡ଼ ପରିବର୍ତ୍ତନ ହେବା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।