ପ୍ରବଳ ବର୍ଷା ନେଇ ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ମୌସୁମୀ ବର୍ଷା ଲାଗି ରହିଥିବାବେଳେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗୁରୁବାର ଏହା ଲଘୁଚାପ ରୂପ ନେଇପାରେ। ଲଘୁଚାପ ପ୍ରଭାବରେ ୪ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । […]

ପ୍ରବଳ ବର୍ଷା ନେଇ ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ପ୍ରବଳ ବର୍ଷା ନେଇ ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ମୌସୁମୀ ବର୍ଷା ଲାଗି ରହିଥିବାବେଳେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗୁରୁବାର ଏହା ଲଘୁଚାପ ରୂପ ନେଇପାରେ। ଲଘୁଚାପ ପ୍ରଭାବରେ ୪ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାବାଦ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହି ଜିଲ୍ଲା ଗୁଡ଼ିକ ହେଲା- ବରଗଡ଼, ଦେବଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଝାରସୁଗୁଡ଼ା, ଅନୁଗୁଳ ଓ ଢେଙ୍କାନାଳ । ଆସନ୍ତାକାଲି ପାଇଁ ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଝାରସୁଗୁଡ଼ା ଓ କନ୍ଧମାଳକୁ ବର୍ଷା ଆଲର୍ଟ ଦେଇଛି ପାଣିପାଗ କେନ୍ଦ୍ର ।