ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୫ ଜିଲାକୁ ୟେଲୋ ୱାର୍ନିଂ, ସତର୍କ ରହିବାକୁ ଏସ୍‌ଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୭: ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୫ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ସେହି ଜିଲାଗୁଡିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ରହିଛି। ଏହି ସବୁ ଜିଲାରେ ପ୍ରବଳ ବର୍ଷା ହେବ। ତେବେ ସତର୍କ ରହିବାକୁ ଜିଲା ପ୍ରଶାସନକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ, ଗତକାଲି ହୀରାକୁଦ ଡ୍ୟାମର ୨୦ଟି ଗେଟ୍‌ ଖୋଲାଯିବା ପରେ ମହାନଦୀ ଜଳସ୍ତର ବଢୁଛି। କଟକ ମୁଣ୍ଡଳୀରେ ମହାନଦୀରେ ଜଳସ୍ତର କ୍ରମଗାତ ବୃଦ୍ଧି ପାଇବାକୁ […] The post ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୫ ଜିଲାକୁ ୟେଲୋ ୱାର୍ନିଂ, ସତର୍କ ରହିବାକୁ ଏସ୍‌ଆରସିଙ୍କ ନିର୍ଦ୍ଦେଶ appeared first on Dharitri Odia News.

ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୫ ଜିଲାକୁ ୟେଲୋ ୱାର୍ନିଂ, ସତର୍କ ରହିବାକୁ ଏସ୍‌ଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୭: ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୫ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ସେହି ଜିଲାଗୁଡିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ରହିଛି। ଏହି ସବୁ ଜିଲାରେ ପ୍ରବଳ ବର୍ଷା ହେବ। ତେବେ ସତର୍କ ରହିବାକୁ ଜିଲା ପ୍ରଶାସନକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପଟେ, ଗତକାଲି ହୀରାକୁଦ ଡ୍ୟାମର ୨୦ଟି ଗେଟ୍‌ ଖୋଲାଯିବା ପରେ ମହାନଦୀ ଜଳସ୍ତର ବଢୁଛି। କଟକ ମୁଣ୍ଡଳୀରେ ମହାନଦୀରେ ଜଳସ୍ତର କ୍ରମଗାତ ବୃଦ୍ଧି ପାଇବାକୁ ଲାଗିଥିବା ବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଛନକା ପଶିଗଲାଣି।

ଆଜି ହୀରାକୁଦ ଡ୍ୟାମର ଜଳ ପତ୍ତନ ୬୧୮ ଫୁଟ ରହିଛି । ଏବେ ଡ୍ୟାମ ମଧ୍ୟକୁ ସେକେଣ୍ଡକୁ ୨ ଲକ୍ଷ ୫୭ ହଜାର ୫୫ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ୩ ଲକ୍ଷ ୪୭ ହଜାର ୬୨୮ ଘନଫୁଟ ଜଳ ନିଷ୍କାସିତ ହେଉଛି ।

The post ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୫ ଜିଲାକୁ ୟେଲୋ ୱାର୍ନିଂ, ସତର୍କ ରହିବାକୁ ଏସ୍‌ଆରସିଙ୍କ ନିର୍ଦ୍ଦେଶ appeared first on Dharitri Odia News.