ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି, ସମୁଦ୍ରରେ ବଡ଼ ହଲଚଲ
ଭୁବନେଶ୍ବର, ୨୫।୭: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ ଦିନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜାରି ସୂଚନା ଅନୁସାରେ, ଏହି ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହୋଇଥିବା ଓ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ପାଣିପାଗ ପରିସ୍ଥିତି ଯୋଗୁଁ ରାଜ୍ୟର କିଛି ଜିଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ହେବାର […] The post ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି, ସମୁଦ୍ରରେ ବଡ଼ ହଲଚଲ appeared first on Dharitri Odia News.
ଭୁବନେଶ୍ବର, ୨୫।୭: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ ଦିନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜାରି ସୂଚନା ଅନୁସାରେ, ଏହି ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହୋଇଥିବା ଓ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।
ଏହି ପାଣିପାଗ ପରିସ୍ଥିତି ଯୋଗୁଁ ରାଜ୍ୟର କିଛି ଜିଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ହେବାର ଆଶଙ୍କା ରହିଛି। ଆଜି ପାଇଁ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦୁଝର ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି, ଯେଉଁଠାରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ, ୫ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଏବଂ ୨୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର, ଭୁବନେଶ୍ବରର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି କହିଛନ୍ତି, “ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ନବରଙ୍ଗପୁର ସମେତ ଅନ୍ୟାନ୍ୟ ଜିଲ୍ଲାରେ ପ୍ରବଳ ବର୍ଷା ସହ ଝଡ଼ତୋଫାନ ହୋଇପାରେ।
The post ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି, ସମୁଦ୍ରରେ ବଡ଼ ହଲଚଲ appeared first on Dharitri Odia News.