ପ୍ରବଳ ବର୍ଷା ପାଇଁ ସତର୍କ କଲା ନଗର ଉନ୍ନୟନ ବିଭାଗ

ଭୁବନେଶ୍ୱର,୨୭ା୬: ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା କରି ଗୃହ ଓ ନଗର ଉନ୍ନୟନ ବିଭାଗ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ସତର୍କ କରିଛି। ଏଥିଜନିତ ସ୍ଥିତିର ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଜାରି କରିଛି। ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ୟୁଏଲ୍‌ବିଗୁଡ଼ିକୁ ସମ୍ଭାବ୍ୟ ଜଳାବଦ୍ଧ ଅଞ୍ଚଳରେ ଜଳ ନିଷ୍କାସନ ନିମନ୍ତେ ପାଣି ପମ୍ପକୁ ଆଗୁଆ ରଖିବା ସହ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟକ୍ଷମ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅତ୍ୟଧିକ ବର୍ଷା ଯୋଗୁ […] The post ପ୍ରବଳ ବର୍ଷା ପାଇଁ ସତର୍କ କଲା ନଗର ଉନ୍ନୟନ ବିଭାଗ appeared first on Dharitri Odia News.

ପ୍ରବଳ ବର୍ଷା ପାଇଁ ସତର୍କ କଲା ନଗର ଉନ୍ନୟନ ବିଭାଗ

ଭୁବନେଶ୍ୱର,୨୭ା୬: ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା କରି ଗୃହ ଓ ନଗର ଉନ୍ନୟନ ବିଭାଗ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ସତର୍କ କରିଛି। ଏଥିଜନିତ ସ୍ଥିତିର ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଜାରି କରିଛି।

ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ୟୁଏଲ୍‌ବିଗୁଡ଼ିକୁ ସମ୍ଭାବ୍ୟ ଜଳାବଦ୍ଧ ଅଞ୍ଚଳରେ ଜଳ ନିଷ୍କାସନ ନିମନ୍ତେ ପାଣି ପମ୍ପକୁ ଆଗୁଆ ରଖିବା ସହ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟକ୍ଷମ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଅତ୍ୟଧିକ ବର୍ଷା ଯୋଗୁ ସୃଷ୍ଟି ହେଉଥିବା ଯେକୌଣସି ଜରୁରିକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଦ୍ରୁତ ପ୍ରତିକ୍ରିୟା ଦଳ ଗଠନ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ପ୍ରତିକୂଳ ପରିସ୍ଥିତି ସମୟରେ ସହରାଞ୍ଚଳର ପ୍ରଭାବଶାଳୀ ପରିଚାଳନା ସୁନିଶ୍ଚିତ କରିବା ପାଇଁ ୟୁଏଲ୍‌ବି ସହ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ବିଭାଗ ଏହାର ପ୍ରତିବଦ୍ଧତାକୁ ଦୋହରାଇଛି।

ଲାଇନ ବିଭାଗ ସହ ସମନ୍ବୟ, ଜରୁରିକାଳୀନ ମାନବ ସମ୍ବଳର ଉପଲବ୍ଧତା ଏବଂ ଅତ୍ୟାବଶ୍ୟକ ଉପକରଣର ପ୍ରସ୍ତୁତି କାର୍ଯ୍ୟ ଉପରେ ବିଭାଗ ପରିସ୍ଥିତି ଉପରେ ନିରନ୍ତର ନଜର ରଖିଛି ଏବଂ ନାଗରିକମାନଙ୍କୁ ସତର୍କ ରହିବାକୁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି କରାଯାଇଥିବା ପରାମର୍ଶ ଅନୁସରଣ କରିବାକୁ ଅନୁରୋଧ କରାଯାଇଛି।

The post ପ୍ରବଳ ବର୍ଷା ପାଇଁ ସତର୍କ କଲା ନଗର ଉନ୍ନୟନ ବିଭାଗ appeared first on Dharitri Odia News.