ପ୍ରବଳ ବର୍ଷା ଯୋଗୁଁ ଉତ୍ତରପ୍ରଦେଶରେ ୧୧ ଜଣଙ୍କ ମୃତ୍ୟୁ
ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ଲଗାଣ ବର୍ଷା ଜଳବନ୍ଦୀ ସମସ୍ୟା ସୃଷ୍ଟି କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ପଶ୍ଚିମ ୟୁପିର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁ ବ୍ୟାପକ ଅଂଚଳ ଜଳବନ୍ଦି ହୋଇ ରହିଛି। ଗୋରଖପୁରରେ ୫୫ଟି ଗାଁ ଜଳମଗ୍ନ ହୋଇଥିବା ବେଳେ ୩୦ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ଲକ୍ଷ୍ମୀପୁର ଖେରିରେ ନଦୀଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ଗୁଜରାଟରେ ମଧ୍ୟ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଭଳି […]

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ଲଗାଣ ବର୍ଷା ଜଳବନ୍ଦୀ ସମସ୍ୟା ସୃଷ୍ଟି କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ପଶ୍ଚିମ ୟୁପିର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁ ବ୍ୟାପକ ଅଂଚଳ ଜଳବନ୍ଦି ହୋଇ ରହିଛି। ଗୋରଖପୁରରେ ୫୫ଟି ଗାଁ ଜଳମଗ୍ନ ହୋଇଥିବା ବେଳେ ୩୦ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ଲକ୍ଷ୍ମୀପୁର ଖେରିରେ ନଦୀଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ଗୁଜରାଟରେ ମଧ୍ୟ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇଛି ଏବଂ ପ୍ରଭାବିତ ଅଂଚଳରେ ଏନ୍ଡିଆର୍ଏଫ୍ ଟିମ୍ ମୁତୟନ ହୋଇଛନ୍ତି। ଆସନ୍ତା ୪ ଦିନ ମଧ୍ୟରେ କୋଙ୍କଣ, ଗୋଆ, ମଧ୍ୟ ମହାରାଷ୍ଟ୍ର, ଗୁଜରାଟ ଏବଂ ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଗୁଜରାଟର ସୌରାଷ୍ଟ୍ରରେ ଶନିବାର ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁଁ ପାଲାର୍ଧୁନା ଜଳପ୍ରପାତରେ ପାଣି ବଢିବା ପରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ଅନ୍ୟପକ୍ଷରେ ଉତ୍ତରାଖଣ୍ଡରେ ବର୍ଷା ପାଇଁ ପାଣିପାଗ ବିଭାଗ ରେଡ୍ ଆଲର୍ଟ ଜାରି କରିଛି।