ପ୍ରବଳ ବର୍ଷା ସମ୍ଭାବନା: ଜିଲାପାଳଙ୍କୁ ସତର୍କ କରାଇଲେ ଏସଆରସି
ଭୁବନେଶ୍ୱର,୧୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଗକୁ ରାଜ୍ୟର କଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲାପାଳମାନଙ୍କୁ ସତର୍କ କରାଇଛନ୍ତି ସ୍ପେସିଆଲ ରିଲିଫ କମିଶନ(ଏସଆରସି)। ବର୍ଷାକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ବର୍ଷାରୁ ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ। କିଛି ସ୍ଥାନରେ ନଦୀରେ ଜଳପତ୍ତନ ବୃଦ୍ଧି ଘଟିବାର ଆଶଙ୍କା ପ୍ରକାଶ କରିଛନ୍ତି ଏସଆରସି। ବାଂଲାଦେଶ ଓ […] The post ପ୍ରବଳ ବର୍ଷା ସମ୍ଭାବନା: ଜିଲାପାଳଙ୍କୁ ସତର୍କ କରାଇଲେ ଏସଆରସି appeared first on Dharitri Odia News.
ଭୁବନେଶ୍ୱର,୧୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଗକୁ ରାଜ୍ୟର କଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲାପାଳମାନଙ୍କୁ ସତର୍କ କରାଇଛନ୍ତି ସ୍ପେସିଆଲ ରିଲିଫ କମିଶନ(ଏସଆରସି)। ବର୍ଷାକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ବର୍ଷାରୁ ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ। କିଛି ସ୍ଥାନରେ ନଦୀରେ ଜଳପତ୍ତନ ବୃଦ୍ଧି ଘଟିବାର ଆଶଙ୍କା ପ୍ରକାଶ କରିଛନ୍ତି ଏସଆରସି।
ବାଂଲାଦେଶ ଓ ତତ୍ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଗଭୀର ଅବପାତ ରବିବାର ସୁଦ୍ଧା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଝାଡଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡକୁ ଅଗ୍ରସର ହେବ ।
ଏହାର ପ୍ରଭାବରେ ରବିବାର ରାତିସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ମୟୂରଭଞ୍ଜ, ବରଗଡ଼, ସୋନପୁର, ଅନୁଗୋଳ, କେନ୍ଦୁଝର ଓ ଦେବଗଡ ଜିଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲାଗୁଡ଼ିକୁ ପାଇଁ ସତର୍କ ସୂଚନା ଜାରି କରାଯାଇଛି ।
The post ପ୍ରବଳ ବର୍ଷା ସମ୍ଭାବନା: ଜିଲାପାଳଙ୍କୁ ସତର୍କ କରାଇଲେ ଏସଆରସି appeared first on Dharitri Odia News.