ପ୍ରବାସୀ ଭାରତୀୟ ଦିବସ ପାଇଁ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆସନ୍ତା ମାସ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଆୟୋଜନ କରାଯିବ।ଏଥିରେ ୭ ହଜାର ପ୍ରବାସୀ ଭାରତୀୟ ଅଂଶଗ୍ରହଣ କରିବେ।ମୁଖ୍ୟମନ୍ତ୍ରୀ ଆଜି ଲୋକସେବା ଭବନରେ ପ୍ରବାସୀ ଭାରତୀୟ ଦିବସ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏହାର ସମ୍ପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଓଡିଶାର ସମୃଦ୍ଧ କଳା, ସଂସ୍କୃତି […]

ପ୍ରବାସୀ ଭାରତୀୟ ଦିବସ ପାଇଁ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆସନ୍ତା ମାସ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଆୟୋଜନ କରାଯିବ।ଏଥିରେ ୭ ହଜାର ପ୍ରବାସୀ ଭାରତୀୟ ଅଂଶଗ୍ରହଣ କରିବେ।ମୁଖ୍ୟମନ୍ତ୍ରୀ ଆଜି ଲୋକସେବା ଭବନରେ ପ୍ରବାସୀ ଭାରତୀୟ ଦିବସ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏହାର ସମ୍ପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ।

ଓଡିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର । ଏହି ସମାରୋହରେ ଦେଶ ବିଦେଶରୁ ପ୍ରାୟ ୭ହଜାର ଅତିଥି ଯୋଗଦେବେ ।