ପ୍ରବାସୀ ଭାରତୀୟ ଦିବସ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର: ୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ଭୁବନେଶ୍ୱରର ଜନତା ମୈଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସାରା ବିଶ୍ୱରୁ ୧୦ ହଜାର ପ୍ରବାସୀ ଭାରତୀୟ ଯୋଗ ଦେବେ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ସମ୍ମିଳନୀର ପ୍ରଥମ ଦିବସରେ ‘ଯୁବ ପ୍ରବାସୀ ଭାରତୀୟ ଦିବସ’, ଦ୍ୱିତୀୟ ଦିନରେ ୧୮ତମ ପ୍ରବାସୀ ଭାରତୀୟ ଦିବସର ମୁଖ୍ୟ ସମାରୋହ ଓ ତୃତୀୟ ଦିବସରେ ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ । ଦ୍ୱିତୀୟ ଦିବସରେ ପ୍ରଧାନମନ୍ତ୍ରୀ ଯୋଗଦେଇ ପ୍ରବାସୀ ଭାରତୀୟ ତୀର୍ଥ ଏକ୍ସପ୍ରେସ୍‌ର ଡିଜିଟାଲ ଫ୍ଲାଗଅପ୍‌ କରିବା କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି । ଏହା ପୂର୍ବରୁ ପ୍ରବାସୀ ଭାରତୀୟ ଦିବସ ପାଇଁ ମଙ୍ଗଳବାର ନୂଆଦିଲ୍ଲୀରେ ୱେବ୍‌ସାଇଟ୍‌ ଉନ୍ମୋଚିତ ହୋଇଯାଇଛି । ବୈଦେଶିକ ବ୍ୟାପର ମନ୍ତ୍ରୀ ଏସ୍,ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଥିଲେ । ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବରରେ ସମାରୋହ ଆୟୋଜନ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ  ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିଲେ । ଏହି କାର୍ଯ୍ୟକ୍ରମ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଅନୁଷ୍ଠିତ ହେବ । ସମାରୋହରେ ୭୦୦୦ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇପାରନ୍ତି ।

ପ୍ରବାସୀ ଭାରତୀୟ ଦିବସ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର: ୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ଭୁବନେଶ୍ୱରର ଜନତା ମୈଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସାରା ବିଶ୍ୱରୁ ୧୦ ହଜାର ପ୍ରବାସୀ ଭାରତୀୟ ଯୋଗ ଦେବେ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ସମ୍ମିଳନୀର ପ୍ରଥମ ଦିବସରେ ‘ଯୁବ ପ୍ରବାସୀ ଭାରତୀୟ ଦିବସ’, ଦ୍ୱିତୀୟ ଦିନରେ ୧୮ତମ ପ୍ରବାସୀ ଭାରତୀୟ ଦିବସର ମୁଖ୍ୟ ସମାରୋହ ଓ ତୃତୀୟ ଦିବସରେ ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ । ଦ୍ୱିତୀୟ ଦିବସରେ ପ୍ରଧାନମନ୍ତ୍ରୀ ଯୋଗଦେଇ ପ୍ରବାସୀ ଭାରତୀୟ ତୀର୍ଥ ଏକ୍ସପ୍ରେସ୍‌ର ଡିଜିଟାଲ ଫ୍ଲାଗଅପ୍‌ କରିବା କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି । 

ଏହା ପୂର୍ବରୁ ପ୍ରବାସୀ ଭାରତୀୟ ଦିବସ ପାଇଁ ମଙ୍ଗଳବାର ନୂଆଦିଲ୍ଲୀରେ ୱେବ୍‌ସାଇଟ୍‌ ଉନ୍ମୋଚିତ ହୋଇଯାଇଛି । ବୈଦେଶିକ ବ୍ୟାପର ମନ୍ତ୍ରୀ ଏସ୍,ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଥିଲେ । 

ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବରରେ ସମାରୋହ ଆୟୋଜନ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ  ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିଲେ । ଏହି କାର୍ଯ୍ୟକ୍ରମ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଅନୁଷ୍ଠିତ ହେବ । ସମାରୋହରେ ୭୦୦୦ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇପାରନ୍ତି ।