ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ୍‌

ଚଳିତ ନିର୍ବାଚନରେ ପ୍ରଶାନ୍ତ ଜଗଦ୍ଦେବ ଖୋର୍ଦ୍ଧା ବିଧାନସଭାରୁ ବିଜେପିରୁ ବିଧାୟକ ପ୍ରାର୍ଥୀ ହୋଇଥିଲେ। ନିର୍ବାଚନ ଦିନ ସେ ବୋଲଗଡ ବ୍ଲକ୍‌ କାଉଁରିପାଟଣା ୧୧୪ ନମ୍ୱର ବୁଥ୍‌କୁ ଭୋଟ୍‌ ଦେବା ପାଇଁ ଆସିଥିଲେ।

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ୍‌

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ୍‌। ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରା ଜଜ ତାଙ୍କୁ ତିନିଦିନ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଦୁଇ ଜଣ ଜାମିନଦାର ଓ ପଚାଶ ହଜାର ଟଙ୍କା ଲେଖାଏଁ ବେଲ ବଣ୍ଡରେ ତାଙ୍କୁ ଜାମିନ ଦେଇଛନ୍ତି କୋର୍ଟ। ଆସନ୍ତା ୯, ୧୦ ଓ ୧୧ ତାରିଖ ତିନିଦିନ ପାଇଁ ତାଙ୍କୁ କୋର୍ଟ ଜାମିନ୍‌ ଦେଇଛନ୍ତି। ସେ ନୂତନ ସରକାରରେ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ। ସେଥିପାଇଁ ତାଙ୍କୁ କୋର୍ଟ ଜାମିନ ପ୍ରଦାନ କରିଥିବା ପ୍ରଶାନ୍ତଙ୍କ ଓକିଲ ପ୍ରଭାତ କୁମାର ଦାଶ କହିଛନ୍ତି।

ଚଳିତ ନିର୍ବାଚନରେ ପ୍ରଶାନ୍ତ ଜଗଦ୍ଦେବ ଖୋର୍ଦ୍ଧା ବିଧାନସଭାରୁ ବିଜେପିରୁ ବିଧାୟକ ପ୍ରାର୍ଥୀ ହୋଇଥିଲେ। ନିର୍ବାଚନ ଦିନ ସେ ବୋଲଗଡ ବ୍ଲକ୍‌ କାଉଁରିପାଟଣା ୧୧୪ ନମ୍ୱର ବୁଥ୍‌କୁ ଭୋଟ୍‌ ଦେବା ପାଇଁ ଆସିଥିଲେ। ସେଠାରେ ସେ ଇଭିଏମ୍‌ ଭଙ୍ଗିଥିବା ଅଭିଯୋଗ ହୋଇଥିଲା। ବୁଥ୍‌ର ପ୍ରିଜାଇଡିଂ ଅଫିସରଙ୍କ ଅଭିଯୋଗ କ୍ରମେ ପୁଲିସ୍‌ ତାଙ୍କୁ ଗିରଫ କରିଥିଲା। ଗିରଫ ପରେ ପୁଲିସ୍‌ ତାଙ୍କୁ ଚାଲାଣ କରିଦେଇଥିଲା।

ଜେଲ୍‌ରେ ଥିବା ସମୟରେ ଶ୍ରୀ ଜଗଦ୍ଦେବ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ କଟକ ଏସ୍‌ସିବି ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି। ସେପଟେ ମଙ୍ଗଳବାର ହୋଇଥିବା ଭୋଟ୍‌ ଗଣତିରେ ଖୋର୍ଦ୍ଧା ବିଧାନସଭାରୁ ପ୍ରଶାନ୍ତ ଜଗଦ୍ଦେବ ବିଧାୟକ ଭାବେ ନିର୍ବାଚିତ ହୋଛନ୍ତି।

ରିପୋର୍ଟ- ଖୋର୍ଦ୍ଧାରୁ ବଳରାମ ଲେଙ୍କା