ପ୍ରେସକ୍ରିପସନ୍ ସ୍ପଷ୍ଟ ଭାବେ ଲେଖ, ଡାକ୍ତରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର : ପ୍ରେସକ୍ରିପସନ୍ ଓ ଶବ ବ୍ୟବଚ୍ଛେଦ ରିପୋର୍ଟ ସ୍ପଷ୍ଟ ଭାବେ ଲେଖିବାକୁ ମାନ୍ୟବର ହାଇକୋର୍ଟ ଆଜି ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ଏନେଇ ସମସ୍ତ ଡାକ୍ତର ମାନଙ୍କୁ ନିର୍ଦ୍ଦେଶନାମା ଜାରି କରିବା ପାଇଁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ସମସ୍ତ ମେଡିକାଲ ସେଣ୍ଟର, ଘେରାଇ କ୍ଲିନିକ,ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ଏନେଇ ମୁଖ୍ୟ ସଚିବ ନିର୍ଦ୍ଦେଶନାମା ଜାରି କରିବେ । ଔଷଧ ପରାମର୍ଶ ବା ଚିକିତ୍ସା-ଆଇନ ସମ୍ବନ୍ଧୀୟ ରିପୋର୍ଟ ଉପଯୁକ୍ତ ହସ୍ତାକ୍ଷରରେ […]

ଭୁବନେଶ୍ୱର : ପ୍ରେସକ୍ରିପସନ୍ ଓ ଶବ ବ୍ୟବଚ୍ଛେଦ ରିପୋର୍ଟ ସ୍ପଷ୍ଟ ଭାବେ ଲେଖିବାକୁ ମାନ୍ୟବର ହାଇକୋର୍ଟ ଆଜି ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ଏନେଇ ସମସ୍ତ ଡାକ୍ତର ମାନଙ୍କୁ ନିର୍ଦ୍ଦେଶନାମା ଜାରି କରିବା ପାଇଁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ସମସ୍ତ ମେଡିକାଲ ସେଣ୍ଟର, ଘେରାଇ କ୍ଲିନିକ,ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ଏନେଇ ମୁଖ୍ୟ ସଚିବ ନିର୍ଦ୍ଦେଶନାମା ଜାରି କରିବେ । ଔଷଧ ପରାମର୍ଶ ବା ଚିକିତ୍ସା-ଆଇନ ସମ୍ବନ୍ଧୀୟ ରିପୋର୍ଟ ଉପଯୁକ୍ତ ହସ୍ତାକ୍ଷରରେ ବା ଟାଇପ ପଦ୍ଧତିରେ ଲେଖିବା ପାଇଁ ଏହି ନିର୍ଦ୍ଦେଶନାମା ଜାରି କରାଯିବ ବୋଲି ହାଇକୋର୍ଟ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି ।
ସୂଚନା ଥାଉକି, ଡାକ୍ତରଙ୍କ ହାତ ଲେଖା ପ୍ରେସ୍କ୍ରିପ୍ସନ୍କୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଦେଖାଯାଇଥାଏ। କାରଣ ସେମାନଙ୍କ ହାତ ଲେଖାକୁ କେହି ଠିକ୍ରେ ପଢ଼ି ପାରନ୍ତି ନାହିଁ। ଏହାକୁ ନେଇ ଆଜି ଉଦ୍ବେଗ ପ୍ରକାଶ କରିଛନ୍ତି ଓଡିଶା ହାଇକୋର୍ଟ। ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଥାନା କଣସର ଗାଁର ରସାନନ୍ଦ ଭୋଇଙ୍କ ଆବେଦନର ଶୁଣାଣି କରି ହାଇକୋର୍ଟ ଏହି ରାୟ ପ୍ରଦାନ କରିଛନ୍ତି । ପ୍ରେସ୍କ୍ରିପ୍ସନ୍ ଓ ଅନ୍ୟାନ୍ୟ ରିପୋର୍ଟ ଗୁଡିକୁ ସ୍ପଷ୍ଟଭାବେ ବା କେପିଟାଲ୍ ଅକ୍ଷରରେ(ସମସ୍ତେ ପଢ଼ି ପାରୁଥିଲା ପରି ଅକ୍ଷରରେ) ଲେଖିବାକୁ ରାଜ୍ୟରେ କାର୍ଯ୍ୟରତ ଡାକ୍ତରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଔଷଧ ପରାମର୍ଶ ବା ଚିକିତ୍ସା-ଆଇନ୍ ସମ୍ବନ୍ଧୀୟ (ମେଡିକୋ-ଲିଗାଲ) ରିପୋର୍ଟ ଉପଯୁକ୍ତ ହସ୍ତାକ୍ଷରରେ ବା ଟାଇପ୍ ପଦ୍ଧତିରେ ଲେଖିବା ପାଇଁ ଏହି ନିର୍ଦ୍ଦେଶନାମା ଜାରି କରିବାକୁ ହାଇକୋର୍ଟ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି। ତେବେ ଏଥିପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ଧାର୍ଯ୍ୟ କରିନାହାନ୍ତି କୋର୍ଟ।