ପ୍ରୟାଗରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବ୍ରୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ପ୍ରୟାଗରାଜରେ ଅନୁଷ୍ଠିତ ହେବ ମହାକୁମ୍ଭ।

ପ୍ରୟାଗରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବାକୁ ଯାଉଥିବା ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ପଠାଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ।

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସେଠାକାର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ରାଷ୍ଟ୍ର ମନ୍ତ୍ରୀ ସତୀଶ ଚନ୍ଦ୍ର ଶର୍ମା ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟି ମହାକୁମ୍ଭରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଥିଲେ।

ଉତ୍ତର ପ୍ରଦେଶର ଏହି ମନ୍ତ୍ରୀ ଦ୍ୱୟ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଗଙ୍ଗା ଜଳରେ ପୂର୍ଣ ଏକ ଶୁଭ କଳସ ଓ ମହାକୁମ୍ଭର ଏକ ଲୋଗୋ ପ୍ରଦାନ କରିଥିଲେ। ଏହି ସମୟରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି, ଉଚ୍ଚ ଶିକ୍ଷା ତଥା କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ।

୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବ୍ରୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ପ୍ରୟାଗରାଜରେ ଅନୁଷ୍ଠିତ ହେବ ମହାକୁମ୍ଭ।