ଫସଲ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ ଉଜୁଡ଼ିବା ଓ ଚାଷୀ ମୃତ୍ୟୁ ଘଟଣାରେ ବରିଷ୍ଠ ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ସର୍ବଦଳୀୟ ବୈଠକ ଡାକନ୍ତୁ। ଚାଷୀ ସଂଗଠନ ସହ ଆଲୋଚନା କରି ଚାଷୀକୁଳକୁ ଉଦ୍ଧାର କରନ୍ତୁ। ଧାନ ଠିକ ଭାବେ ନ ଉଠିବାରୁ ଅଭାବୀ ବିକ୍ରି ହେଲା। ‘ବର୍ଷା ପାଇଁ ଧାନ ରଙ୍ଗ ବଦଳିଲା, ଚାଷୀ ହଇରାଣ ହେଉଛି। ସରକାର ସେ ଧାନ ଉଠାଇବେ ନା ନାହିଁ ସ୍ପଷ୍ଟ କରନ୍ତୁ […] The post ଫସଲ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ… appeared first on Dharitri Odia News.

ଫସଲ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ ଉଜୁଡ଼ିବା ଓ ଚାଷୀ ମୃତ୍ୟୁ ଘଟଣାରେ ବରିଷ୍ଠ ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ସର୍ବଦଳୀୟ ବୈଠକ ଡାକନ୍ତୁ। ଚାଷୀ ସଂଗଠନ ସହ ଆଲୋଚନା କରି ଚାଷୀକୁଳକୁ ଉଦ୍ଧାର କରନ୍ତୁ। ଧାନ ଠିକ ଭାବେ ନ ଉଠିବାରୁ ଅଭାବୀ ବିକ୍ରି ହେଲା। ‘ବର୍ଷା ପାଇଁ ଧାନ ରଙ୍ଗ ବଦଳିଲା, ଚାଷୀ ହଇରାଣ ହେଉଛି। ସରକାର ସେ ଧାନ ଉଠାଇବେ ନା ନାହିଁ ସ୍ପଷ୍ଟ କରନ୍ତୁ ବୋଲି ରଣେନ୍ଦ୍ରପ୍ରତାପ କହିଛନ୍ତି।

ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି।ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନ ଥିବା ଚାଷୀମାନେ ଏହି କ୍ଷତିପୂରଣ ପାଇବେ। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ରବିବାର ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

The post ଫସଲ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ… appeared first on Dharitri Odia News.