ଫାଇନ ଗଣିବ ଭିମସାର

ସମ୍ବଲପୁର : ଭିମ୍‌ସାରକୁ ଫାଇନ । ବର୍ଜ୍ୟବସ୍ତୁ ପରିଚାଳନାରେ ଅବ୍ୟବସ୍ଥାକୁ ନେଇ ବୁର୍ଲା ଭିମସାରକୁ ମୋଟ ୧୧ ଲକ୍ଷ ୨୨ ହଜାର ଟଙ୍କାର ଫାଇନ୍‌ କରିଛି କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ମେଡିକାଲରୁ ବାହାରୁଥିବା ବର୍ଜ୍ୟବସ୍ତୁ ପରିଚାଳନାରେ ଭିମ୍‌ସାର ମାନଦଣ୍ଡ ପୂରଣ କରୁନଥିବାରୁ ଏହି ଫାଇନ୍‌ କରାଯାଇଥିବା ଜଣାପଡିଛି । ୧୫ ଦିନ ମଧ୍ୟରେ ତଣ୍ଡ ପୈଠ ନକଲେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ଅନୁଯାୟୀ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚନା ମିଳିଛି । ଭିମସାରର […]

ଫାଇନ ଗଣିବ ଭିମସାର
ଫାଇନ ଗଣିବ ଭିମସାର

ସମ୍ବଲପୁର : ଭିମ୍‌ସାରକୁ ଫାଇନ । ବର୍ଜ୍ୟବସ୍ତୁ ପରିଚାଳନାରେ ଅବ୍ୟବସ୍ଥାକୁ ନେଇ ବୁର୍ଲା ଭିମସାରକୁ ମୋଟ ୧୧ ଲକ୍ଷ ୨୨ ହଜାର ଟଙ୍କାର ଫାଇନ୍‌ କରିଛି କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ମେଡିକାଲରୁ ବାହାରୁଥିବା ବର୍ଜ୍ୟବସ୍ତୁ ପରିଚାଳନାରେ ଭିମ୍‌ସାର ମାନଦଣ୍ଡ ପୂରଣ କରୁନଥିବାରୁ ଏହି ଫାଇନ୍‌ କରାଯାଇଥିବା ଜଣାପଡିଛି । ୧୫ ଦିନ ମଧ୍ୟରେ ତଣ୍ଡ ପୈଠ ନକଲେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ଅନୁଯାୟୀ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚନା ମିଳିଛି ।

ଭିମସାରର ବର୍ଜ୍ୟବସ୍ତୁ ପରିଚାଳନାର ସ୍ଥିତି ପରଖିବା ପାଇଁ ବିଗତ ଦିନରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଏକ ଟିମ୍ ଭିମସାର ପରିଦର୍ଶନ କରିଥିଲା । ଏହି ସମୟରେ ସବୁକିଛି ଠିକ୍ ଠାକ୍ ନଥିବା ଦେଖିବାକୁ ପାଇଥିଲେ । ଯାହାଫଳରେ ଏକ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ବର୍ଜ୍ୟବସ୍ତୁ ପରିଚାଳନାର ମାନଦଣ୍ଡ ପୂରଣ ପାଇଁ ନିର୍ଦ୍ଦେଶ ଦେଇଥିଲେ ।