ଫେବୃଆରୀରେ ୧,୬୮,୩୩୭ ଲକ୍ଷ କୋଟି ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୩ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଏକାଦଶ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ଫେବୃଆରୀ ମାସରେ ଦେଶର ଜିଏସ୍‌ଟି ସଂଗ୍ରହ ୧,୬୮,୩୩୭ ଲକ୍ଷ କୋଟି ଟଙ୍କା ଟିକସ ଆକାରରେ ରାଜସ୍ବ ଆଦାୟ କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ […] The post ଫେବୃଆରୀରେ ୧,୬୮,୩୩୭ ଲକ୍ଷ କୋଟି ଜିଏସ୍‌ଟି ସଂଗ୍ରହ appeared first on Dharitri Odia News.

ଫେବୃଆରୀରେ ୧,୬୮,୩୩୭ ଲକ୍ଷ କୋଟି ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୩ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଏକାଦଶ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ଫେବୃଆରୀ ମାସରେ ଦେଶର ଜିଏସ୍‌ଟି ସଂଗ୍ରହ ୧,୬୮,୩୩୭ ଲକ୍ଷ କୋଟି ଟଙ୍କା ଟିକସ ଆକାରରେ ରାଜସ୍ବ ଆଦାୟ କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣଠାରୁ ୧୨.୫% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ଫେବୃଆରୀ ମାସରେ ସଂଗୃହୀତ ଟିକସ ପରିମାଣ ୧,୪୯, ୫୦୭ ଲକ୍ଷ କୋଟିଠାରୁ ୧୨.୫% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ଅପରପକ୍ଷରେ କ୍ରମାଗତ ୨୪ ମାସ ପାଇଁ ଦେଶର ଜିଏସ୍‌ଟି ସଂଗ୍ରହ ୧.୪ ଲକ୍ଷ କୋଟିରୁ ଅଧିକ ରହିଥିବାବେଳେ ୧୫ଥର ଲାଗି ୧.୫ ଲକ୍ଷ କୋଟିରୁ ଅଧିକ ପରିମାଣର ଟିକସ ଆଦାୟ ହୋଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷରେ ୯ମ ଥର ଲାଗି ଜିଏସ୍‌ଟି ସଂଗ୍ରହ ୧.୬ ଲକ୍ଷ କୋଟିରୁ ଅଧିକ ରହିଥିବା ମନ୍ତ୍ରଣାଳୟ ଓ୍ବେବ୍‌ସାଇଟରୁ ଜଣାପଡ଼ିଛି।
ଉଲ୍ଲେଖଯୋଗ୍ୟ, ୨୦୨୪ ଫେବୃଆରୀରେ ମୋଟ ଜିଏସ୍‌ଟି ରାଜସ୍ବ ୧,୬୮,୩୩୭ ଲକ୍ଷ କୋଟି ସଂଗ୍ରହ ହୋଇଥିବାବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୩୧,୭୮୫ କୋଟି ଟଙ୍କା ରହିଥିଲାବେଳେ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୩୯,୬୧୫ କୋଟି ଟଙ୍କା ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୪,୦୯୮ କୋଟି (ସାମଗ୍ରୀ ଆମଦାନୀରେ ୩୮,୫୯୩ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୨,୮୯୩ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୯୮୪ କୋଟି ଟଙ୍କା ସାମିଲ)ର ଟିକସ ଆଦାୟ କରାଯାଇଛି। ସେହିପରି ସରକାର ସିଜିଏସ୍‌ଟି ବାବଦରେ ୪୧,୮୫୬ କୋଟି ଟଙ୍କା ଏବଂ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟି ବାବଦରେ ୩୫,୯୫୩ କୋଟି ଟଙ୍କା ପରିଶୋଧ କରିଛନ୍ତି। ଓଡ଼ିଶାରୁ ଚଳିତ ଆର୍ଥିକ ବର୍ଷର ଏକାଦଶ ମାସରେ ପ୍ରାୟ ୫୧୩୬ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଛି। ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଟିକସ ପରିମାଣ ୪୫୧୯ କୋଟି ଟଙ୍କାରୁ ଅଧିକ ରହିଥିଲା, ଯାହା ଚଳିତ ଆର୍ଥକ ବର୍ଷର ଫେବୃଆରୀ ଅବଧିରେ ୧୪% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

The post ଫେବୃଆରୀରେ ୧,୬୮,୩୩୭ ଲକ୍ଷ କୋଟି ଜିଏସ୍‌ଟି ସଂଗ୍ରହ appeared first on Dharitri Odia News.