ଫେବ୍ରୁଆରୀ ୧୫ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା, ଡିସେମ୍ବର ୨୬ରୁ ପ୍ରାକ୍ଟିକାଲ ଓ ଇଣ୍ଟରନାଲ

ଭୁବନେଶ୍ବର ୨୧।୮: ଆସନ୍ତା ଫେବ୍ରୁଆରୀ ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ର ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା ସୂଚନା ଦେଇଛନ୍ତି । ଏହା ସମେତ ଯୁକ୍ତ ୨ ଦ୍ବାଦଶ ଶ୍ରେଣୀର ପରୀକ୍ଷାର ଢାଞ୍ଚା ମଧ୍ୟ ବଦଳିଛି । ଯାହା ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ ଶିକ୍ଷାବର୍ଷରୁ ଲାଗୁ କରାଯିବ ବୋଲି ସୂଚନା ରହିଛି ।ଫେବ୍ରୁଆରୀ ୧୫ ତାରିଖରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବ । ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା ଆସନ୍ତା ଡିସେମ୍ବର ୨୬ ତାରିଖରୁ ଜାନୁଆରୀ ୧୫ ମଧ୍ୟରେ ଶେଷ ହେବ । ତେବେ ୨୦୨୫ ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ ଚଳିତ ମାସରୁ ଆରମ୍ଭ କରିବା ପାଇଁ ସିଏଚ୍‌ଏସ୍‌ଇ ଯୋଜନା ରଖିଥିଲା । କିନ୍ତୁ ବର୍ତ୍ତମାନ ସମୟରେ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ୨ ନାମଲେଖା ଶେଷ ହୋଇ ନଥିବାରୁ ଏହାକୁ ଆଉ କିଛି ଦିନ ପର୍ଯ୍ୟନ୍ତ ଘୁଞ୍ଚାଯାଇଛି । ଯୁକ୍ତ ୨ ପରୀକ୍ଷା ଫର୍ମ ପୂରଣ ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହେବ ।You Can Read:ସମ୍ବଲପୁରରେ ଭାରତ ବନ୍ଦର ପ୍ରଭାବ : ସମ୍ବଲପୁର-ପୁରୀ ଓ ରାୟଗଡା ଇଣ୍ଟରସିଟି ଅଟକାଇଲେ ଆନ୍ଦୋଳନକାରୀ

ଫେବ୍ରୁଆରୀ ୧୫ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା, ଡିସେମ୍ବର ୨୬ରୁ ପ୍ରାକ୍ଟିକାଲ ଓ ଇଣ୍ଟରନାଲ

ଭୁବନେଶ୍ବର ୨୧।୮: ଆସନ୍ତା ଫେବ୍ରୁଆରୀ ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ର ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା ସୂଚନା ଦେଇଛନ୍ତି । ଏହା ସମେତ ଯୁକ୍ତ ୨ ଦ୍ବାଦଶ ଶ୍ରେଣୀର ପରୀକ୍ଷାର ଢାଞ୍ଚା ମଧ୍ୟ ବଦଳିଛି । ଯାହା ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ ଶିକ୍ଷାବର୍ଷରୁ ଲାଗୁ କରାଯିବ ବୋଲି ସୂଚନା ରହିଛି ।

ଫେବ୍ରୁଆରୀ ୧୫ ତାରିଖରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବ । ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା ଆସନ୍ତା ଡିସେମ୍ବର ୨୬ ତାରିଖରୁ ଜାନୁଆରୀ ୧୫ ମଧ୍ୟରେ ଶେଷ ହେବ । ତେବେ ୨୦୨୫ ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ ଚଳିତ ମାସରୁ ଆରମ୍ଭ କରିବା ପାଇଁ ସିଏଚ୍‌ଏସ୍‌ଇ ଯୋଜନା ରଖିଥିଲା । କିନ୍ତୁ ବର୍ତ୍ତମାନ ସମୟରେ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ୨ ନାମଲେଖା ଶେଷ ହୋଇ ନଥିବାରୁ ଏହାକୁ ଆଉ କିଛି ଦିନ ପର୍ଯ୍ୟନ୍ତ ଘୁଞ୍ଚାଯାଇଛି । ଯୁକ୍ତ ୨ ପରୀକ୍ଷା ଫର୍ମ ପୂରଣ ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହେବ ।

You Can Read:

ସମ୍ବଲପୁରରେ ଭାରତ ବନ୍ଦର ପ୍ରଭାବ : ସମ୍ବଲପୁର-ପୁରୀ ଓ ରାୟଗଡା ଇଣ୍ଟରସିଟି ଅଟକାଇଲେ ଆନ୍ଦୋଳନକାରୀ