ଫୋକସ୍ରେ ଓଡ଼ିଶା: ଜୁନ୍ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର, ୧୭ା୫(ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ରାଜ୍ୟରେ ଭାଜପା ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀଙ୍କ ସମେତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଆସିପାରନ୍ତି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏଥିଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛନ୍ତି ବୋଲି ମନ୍ତ୍ରୀ ପୂଜାରୀ ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି, […] The post ଫୋକସ୍ରେ ଓଡ଼ିଶା: ଜୁନ୍ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର, ୧୭ା୫(ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ରାଜ୍ୟରେ ଭାଜପା ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀଙ୍କ ସମେତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଆସିପାରନ୍ତି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏଥିଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛନ୍ତି ବୋଲି ମନ୍ତ୍ରୀ ପୂଜାରୀ ସୂଚନା ଦେଇଛନ୍ତି।
ସେ ଆହୁରି କହିଛନ୍ତି, ବର୍ଷ ପୂର୍ତ୍ତିକୁ ଉତ୍ସବ ଦଳରେ ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ରାଜ୍ୟ ସରକାର ପାଳନ କରିବେ। ଜୁନ୍ ୧୨ରୁ ୧୯ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ। ବର୍ଷକର ରିପୋର୍ଟ କାର୍ଡ ଧରି ରାଜ୍ୟର ୧ କୋଟି ଲୋକଙ୍କ ପରିବାର ନିକଟରେ ସରକାର ପହଞ୍ଚିବେ। ୨୦୨୪ରେ ଭାଜପା ଦେଇଥିବା ୨୧ଟି ନିର୍ବାଚନ ପ୍ରତିଶ୍ରୁତିରୁ ବର୍ଷକ ମଧ୍ୟରେ ୧୧ଟି ପୂରଣ ସରିଲାଣି। ଆଗାମୀ ବର୍ଷକ ମଧ୍ୟରେ ବଳକା ୧୦ଟି ପ୍ରତିଶ୍ରୁତି ପୂରଣ କରାଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ଭାଜପା ପ୍ରଥମ ଥର ଲାଗି ସରକାରକୁ ଆସିଛି। ଦଳ ସରକାରକୁ ଆସିବାର ୧ ବର୍ଷ ଆସନ୍ତା ମାସରେ ପୂରଣ ହେବାକୁ ଯାଉଛି। ତେଣୁ ସରକାରଙ୍କ ପକ୍ଷରୁ କେଉଁସବୁ ଯୋଜନା ବା ଭଲ ପଦକ୍ଷେପ ନିଆଯାଇଛି ସେସବୁ ଲୋକଙ୍କ ନିକଟରେ ପହଞ୍ଚାଇବାକୁ ସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବାରମ୍ବାର ସଚିବସ୍ତରୀୟ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଛି। ମିଳିଥିବା ସୂଚନା ମୁତାବକ, ଜନତା ମଇଦାନଠାରେ ବର୍ଷପୂର୍ତ୍ତି ପାଳନ ଲାଗି ସ୍ଥିର ହୋଇଥିବା ଜଣାପଡ଼ିଛି।
The post ଫୋକସ୍ରେ ଓଡ଼ିଶା: ଜୁନ୍ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ appeared first on Dharitri Odia News.