ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଆଗାମୀ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା
ଭୁବନେଶ୍ୱର ୧୮।୦୮ : ଉତ୍ତର ବଙ୍ଗୋପସାଗର ଓ ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଲଘୁଚାପ ଦକ୍ଷିଣ ବାଂଲାଦେଶ ଅଞ୍ଚଳରେ ସ୍ଥିର ରହିଛି। ଫଳରେ ସମୁଦ୍ର ପତ୍ତନ ଠାରୁ ୭ କିମି ଉପରେ ବାତ୍ୟାକ୍ଷେତ୍ର ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର ଓ ଉତ୍ତର-ପଶ୍ଚିମ ଆଡ଼କୁ ଗତି କରିବା ସମ୍ଭାବନା ରହିଛି। ପ୍ରଭାବରେ ୧୯ ତାରିଖ ସୁଦ୍ଧା ବାଂଲାଦେଶ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ବଡ଼ ଲଘୁଚାପ ବଳୟ ସୃଷ୍ଟି ହେବ। ଫଳରେ ରାଜ୍ୟରେ ୨୦ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର।ସେହିପରି ୨୧ ତାରିଖରୁ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପ୍ରବଳ ବର୍ଷା ପାଇଁ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ତାରିଖ ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି।
ଭୁବନେଶ୍ୱର ୧୮।୦୮ : ଉତ୍ତର ବଙ୍ଗୋପସାଗର ଓ ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଲଘୁଚାପ ଦକ୍ଷିଣ ବାଂଲାଦେଶ ଅଞ୍ଚଳରେ ସ୍ଥିର ରହିଛି। ଫଳରେ ସମୁଦ୍ର ପତ୍ତନ ଠାରୁ ୭ କିମି ଉପରେ ବାତ୍ୟାକ୍ଷେତ୍ର ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର ଓ ଉତ୍ତର-ପଶ୍ଚିମ ଆଡ଼କୁ ଗତି କରିବା ସମ୍ଭାବନା ରହିଛି। ପ୍ରଭାବରେ ୧୯ ତାରିଖ ସୁଦ୍ଧା ବାଂଲାଦେଶ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ବଡ଼ ଲଘୁଚାପ ବଳୟ ସୃଷ୍ଟି ହେବ। ଫଳରେ ରାଜ୍ୟରେ ୨୦ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର।
ସେହିପରି ୨୧ ତାରିଖରୁ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପ୍ରବଳ ବର୍ଷା ପାଇଁ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ତାରିଖ ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି।