ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଆସନ୍ତା ୪ ଦିନ ପ୍ରବଳ ବର୍ଷା ନେଇ ଆଲର୍ଟ

ଭୁବନେଶ୍ୱର ୨୬।୦୮ : ବାଂଲାଦେଶ ଓ ସଂଲଗ୍ନ  ଅଞ୍ଚଳରେ ରବିବାର ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ଦୁଇ ଦିନରେ ଏହା ସ୍ପଷ୍ଟ ଚିହ୍ନିତ(ୱେଲ ମାର୍କଡ୍‌)  ଲଘୁଚାପରେ ପରିଣତ ହେବ। ଏହା ପଶ୍ଚିମ ଓ ଉତ୍ତର  ପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର  ଓଡ଼ିଶା ଓ ଝାଡ଼ଖଣ୍ଡ ଆଡ଼କୁ ଅଗ୍ରସର ହେବ । ଏହା  ପ୍ରଭାବରେ ଓଡ଼ିଶାରେ ଆସନ୍ତା ୪ ଦିନ ଭାରୀ ବର୍ଷା  ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ  କରିଛି । ସୋମବାର ମୟୂରଭଞ୍ଜ, କେନ୍ଦୁଝର,  ସୁନ୍ଦରଗଡ଼ ଓ ଝାରସୁଗୁଡ଼ାର କିଛି ସ୍ଥାନରେ ପ୍ରବଳରୁ  ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା  ଓ ଉପକୂଳ ଓଡ଼ିଶାରେ ବି ଭାରୀ ବର୍ଷା ହୋଇପାରେ ।  ୨୮ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି  ସ୍ଥାନରେ ଭାରୀ ବର୍ଷା ହେବ । ୨୯ ତାରିଖରେ ପଶ୍ଚିମ  ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ୭୦ରୁ  ୧୧୦ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅଧିକ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିପାରେ । କଚ୍ଚା ରାସ୍ତା  ଓ ଘର କ୍ଷତିଗ୍ରସ୍ତ ହେବାର ଆଶଙ୍କା ଅଛି । ଏଥିପାଇଁ  ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।  ରବିବାର ଭଦ୍ରକରେ ୧୯.୬, ସୁନ୍ଦରଗଡ଼ରେ ୧୯.୨ ଓ  କୋରାପୁଟରେ ୧୦.୬ମିମି ବର୍ଷା ହୋଇଛି ।

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଆସନ୍ତା ୪ ଦିନ ପ୍ରବଳ ବର୍ଷା ନେଇ ଆଲର୍ଟ

ଭୁବନେଶ୍ୱର ୨୬।୦୮ : ବାଂଲାଦେଶ ଓ ସଂଲଗ୍ନ  ଅଞ୍ଚଳରେ ରବିବାର ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ଦୁଇ ଦିନରେ ଏହା ସ୍ପଷ୍ଟ ଚିହ୍ନିତ(ୱେଲ ମାର୍କଡ୍‌)  ଲଘୁଚାପରେ ପରିଣତ ହେବ। ଏହା ପଶ୍ଚିମ ଓ ଉତ୍ତର  ପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର  ଓଡ଼ିଶା ଓ ଝାଡ଼ଖଣ୍ଡ ଆଡ଼କୁ ଅଗ୍ରସର ହେବ । ଏହା  ପ୍ରଭାବରେ ଓଡ଼ିଶାରେ ଆସନ୍ତା ୪ ଦିନ ଭାରୀ ବର୍ଷା  ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ  କରିଛି । 

ସୋମବାର ମୟୂରଭଞ୍ଜ, କେନ୍ଦୁଝର,  ସୁନ୍ଦରଗଡ଼ ଓ ଝାରସୁଗୁଡ଼ାର କିଛି ସ୍ଥାନରେ ପ୍ରବଳରୁ  ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା  ଓ ଉପକୂଳ ଓଡ଼ିଶାରେ ବି ଭାରୀ ବର୍ଷା ହୋଇପାରେ ।  ୨୮ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି  ସ୍ଥାନରେ ଭାରୀ ବର୍ଷା ହେବ । ୨୯ ତାରିଖରେ ପଶ୍ଚିମ  ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ୭୦ରୁ  ୧୧୦ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅଧିକ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିପାରେ । କଚ୍ଚା ରାସ୍ତା  ଓ ଘର କ୍ଷତିଗ୍ରସ୍ତ ହେବାର ଆଶଙ୍କା ଅଛି । ଏଥିପାଇଁ  ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।  ରବିବାର ଭଦ୍ରକରେ ୧୯.୬, ସୁନ୍ଦରଗଡ଼ରେ ୧୯.୨ ଓ  କୋରାପୁଟରେ ୧୦.୬ମିମି ବର୍ଷା ହୋଇଛି ।