ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, କାଲି ସୁଦ୍ଧା ଲଘୁଚାପ: ଆଇଏମ୍‌ଡି

ଭୁବନେଶ୍ୱର,୧ା୮: ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଉତ୍ତର ଓ ଉତ୍ତର ବଙ୍ଗୋପସାଗରରେ ଘନିଭୂତ ହୋଇ ଶୁକ୍ରବାର ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହୋଇଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଆଉ କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅର୍ଥାତ ଆସନ୍ତା ୨ ଓ ୩ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ଏ […] The post ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, କାଲି ସୁଦ୍ଧା ଲଘୁଚାପ: ଆଇଏମ୍‌ଡି appeared first on Dharitri Odia News.

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, କାଲି ସୁଦ୍ଧା ଲଘୁଚାପ: ଆଇଏମ୍‌ଡି

ଭୁବନେଶ୍ୱର,୧ା୮: ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଉତ୍ତର ଓ ଉତ୍ତର ବଙ୍ଗୋପସାଗରରେ ଘନିଭୂତ ହୋଇ ଶୁକ୍ରବାର ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହୋଇଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଆଉ କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅର୍ଥାତ ଆସନ୍ତା ୨ ଓ ୩ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ଏ ନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର।

ବର୍ଷା ଯୋଗୁ ବନ୍ୟା ହେବାର ସମ୍ଭାବନା ଅଛି କି ପ୍ରଶ୍ନରେ ଆଇଏମ୍‌ଡି ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ କହିଛନ୍ତି, ବନ୍ୟା ବହୁ ଫ୍ୟାକ୍ଟର ଉପରେ ନିର୍ଭର କରିଥାଏ। ଏହା କେବଳ ବର୍ଷା ଯୋଗୁ ହୋଇଥାଏ, ତାହା ଠିକ୍‌ ନୁହେଁ। ହେଲେ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାରେ ବେଶୀ ବର୍ଷା ହୋଇନାହିଁ। ଉତ୍ତର ଓଡ଼ିଶାରେ ବେଶୀ ବର୍ଷା ହେଲେ ବନ୍ୟା ସୃଷ୍ଟି ହେବାର ସମ୍ଭାବନା କମ୍‌ ରହିଛି ବୋଲି ସେ କହିଛନ୍ତି।

ଅନ୍ୟପକ୍ଷେ, ରାଜ୍ୟରେ କିଛିଦିନ ହେବ ବର୍ଷା ଲାଗି ରହିଛି। ତେବେ କେତେକ ଜିଲାରେ ପ୍ରବଳ ବର୍ଷା ହେବା ନେଇ ଜିଲାପାଳଙ୍କୁ ସତର୍କ କରାଇଛନ୍ତି ଏସ୍‌ଆରସି ସତ୍ୟବ୍ରତ ସାହୁ। ତେବେ ବଲାଙ୍ଗୀର, ମୟୂରଭଞ୍ଜ, ସମ୍ବଲପୁର ଓ ପୁରୀ ଜିଲାପାଳଙ୍କୁ ହାଇଆଲର୍ଟ ଜାରି କରାଯାଇଛି। ଏଥିସହିତ ତଳିଆ ଅଞ୍ଚଳ ଜଳମଗ୍ନ ହୋଇପାରେ ବୋଲି ସତର୍କ ସୂଚନା ଦିଆଯାଇଛି। ଏପରିକି ତଳିଆ ଅଞ୍ଚଳ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି।

 

The post ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, କାଲି ସୁଦ୍ଧା ଲଘୁଚାପ: ଆଇଏମ୍‌ଡି appeared first on Dharitri Odia News.