ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି:୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୪ା୭:ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଘୂର୍ଣ୍ଣିବଳୟ ୧୬ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। […] The post ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି:୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା appeared first on Dharitri Odia News.
ଭୁବନେଶ୍ୱର,୧୪ା୭:ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ଘୂର୍ଣ୍ଣିବଳୟ ୧୬ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ୧୯ ତାରିଖରେ ଏହା ଗଭୀର ଅବପାତରେ ପରିଣତ ହୋଇ ୨୧ ତାରିଖ ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରାଯାଇଛି । ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ଗତ ୪୮ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୫୭.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ହୀରାକୁଦ ୬୫.୬, କୋରାପୁଟ ୩୮.୨, ଫୁଲବାଣୀ ୧୬.୬, ମାଲକାନଗିରି ୩୮.୮, ନବରଙ୍ଗପୁର ୪୨.୪, ଝାରସୁଗୁଡା ୧୮.୬, ସମ୍ବଲପୁରରେ ୧୪.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
The post ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି:୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା appeared first on Dharitri Odia News.