ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୧୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୦ା୬(ଅନୁରାଧା ମହାରଣା):ଦକ୍ଷିଣ ପୂର୍ବ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଆସନ୍ତା ୧୪ରୁ ୧୬ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ତେଣୁ ୧୨ ତାରିଖ ପରଠାରୁ ରାଜ୍ୟ ପାଗରେ ପରିବର୍ତ୍ତନ ହେବା ସହିତ ୧୪ ତାରିଖଠାରୁ ଧୀରେ ଧୀରେ ବର୍ଷାର ବିସ୍ତୃତି ବଢ଼ିପାରେ। ଏଥିସହ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୧୩ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ବିଭିନ୍ନ […] The post ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୧୪ରୁ ବଢ଼ିବ ବର୍ଷା appeared first on Dharitri Odia News.

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୧୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୦ା୬(ଅନୁରାଧା ମହାରଣା):ଦକ୍ଷିଣ ପୂର୍ବ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଆସନ୍ତା ୧୪ରୁ ୧୬ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ତେଣୁ ୧୨ ତାରିଖ ପରଠାରୁ ରାଜ୍ୟ ପାଗରେ ପରିବର୍ତ୍ତନ ହେବା ସହିତ ୧୪ ତାରିଖଠାରୁ ଧୀରେ ଧୀରେ ବର୍ଷାର ବିସ୍ତୃତି ବଢ଼ିପାରେ। ଏଥିସହ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୧୩ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ବିଭିନ୍ନ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହେବ। ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟ ଭିତରକୁ ପ୍ରବାହିତ ହେବ। ଏହାପରେ ୧୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ, ଯାହା ମୌସୁମୀକୁ ଆହୁରି ସକ୍ରିୟ କରିବ। ତେବେ ଲଘୁଚାପ ସୃଷ୍ଟି ହେଲେ ମୌସୁମୀ କେଉଁ ଦିଗରେ ଗତି କରିବ ଓ କେଉଁ ଜିଲାରେ ଏହାର ପ୍ରଭାବ କିଭଳି ରହିବ ତାହା ସ୍ପଷ୍ଟ ହୋଇନାହିଁ। ଗତ କିଛିିଦିନ ଧରି ରାଜ୍ୟରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଦିନରେ ଉଚ୍ଚ ତାପମାତ୍ରା ସାଙ୍ଗକୁ ଗୁଳୁଗୁଳି ଅଣାୟତ୍ତ ପରିସ୍ଥିତି ସୃଷ୍ଟି କରୁଛି। ହେଲେ ଅପରାହ୍ନରେ କିଛି ଜିଲାର କେତେକ ସ୍ଥାନରେ ବର୍ଷା ସାମୟିକ ଆଶ୍ୱସ୍ତି ପ୍ରଦାନ କରୁଛି। ତେବେ ମଙ୍ଗଳବାର ୧୪ ଜିଲାରେ ଘଡ଼ଘଡ଼ି ଓ ବିଜୁଳି ସାଙ୍ଗକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ।

The post ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୧୪ରୁ ବଢ଼ିବ ବର୍ଷା appeared first on Dharitri Odia News.