ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ୨୬ ସନ୍ଧ୍ୟା ସୁଦ୍ଧା ନେଇପାରେ ଭୀଷଣ ବାତ୍ୟାର ରୂପ !

ଭୁବନେଶ୍ବର ୨୩।୫: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏ ନେଇ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଏକ୍ସ ଜରିଆରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ମଧ୍ୟ ସୂଚନା ଦେଇଛନ୍ତି ।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହୋଇଛି । ୨୪ ତାରିଖ ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ୨୫ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ । ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ ସମୁଦ୍ର ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି । Yesterday's Low Pressure Area over southwest & adjoining westcentral Bay of Bengal moved northeastwards and lay as a #wellmarked low pressure area over westcentral & adjoining south Bay of Bengal at 0830 hrs IST of today, the 23rd May, 2024. It is very likely to continue to pic.twitter.com/po2imKBmAg— Meteorological Centre, Bhubaneswar (@mcbbsr) May 23, 20

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ୨୬ ସନ୍ଧ୍ୟା ସୁଦ୍ଧା ନେଇପାରେ ଭୀଷଣ ବାତ୍ୟାର ରୂପ !

ଭୁବନେଶ୍ବର ୨୩।୫: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏ ନେଇ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଏକ୍ସ ଜରିଆରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ମଧ୍ୟ ସୂଚନା ଦେଇଛନ୍ତି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହୋଇଛି । ୨୪ ତାରିଖ ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ୨୫ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ । ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ ସମୁଦ୍ର ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି । 



ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ ବୋଲି ପୂର୍ବରୁ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ ।

You Can Read :

ନିମାପଡା ସଭାରୁ ଆସାମ ମୁଖ୍ୟମନ୍ତ୍ରୀଙ୍କୁ ପାଣ୍ଡିଆନ୍‌ଙ୍କ ଟାର୍ଗେଟ୍, ' ଅତିଥି ହୋଇ ଆସିଛନ୍ତି, ସମ୍ମାନ ଦେଇ କଥା ହୁଅନ୍ତୁ ‘