ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର ୨୪।୦୯: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ମଙ୍ଗଳବାର ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଏବେ ଲଘୁଚାପରେ ପରିଣତ ହୋଇଛି। ଯାହାଫଳରେ ଆଗାମୀ ୪ ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି ହୋଇଛି। ସେହିପରି ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ମଙ୍ଗଳବାର ଗଞ୍ଜାମ, ଗଜପତି, କନ୍ଧମାଳ,  କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର,  ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁରରେ  ଭାରି ବର୍ଷା ସମ୍ଭାବନା ଅଛି । ଏହାପରେ ୨୫ରେ ମାଲକାନଗିରି,  କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର  ଓ ନୂଆପଡ଼ାରେ ଭାରି ବର୍ଷା ହୋଇପାରେ ।  ଆଉ ୨୬ରେ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀରରେ  ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି ।

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର ୨୪।୦୯: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ମଙ୍ଗଳବାର ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଏବେ ଲଘୁଚାପରେ ପରିଣତ ହୋଇଛି। ଯାହାଫଳରେ ଆଗାମୀ ୪ ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି ହୋଇଛି। 

ସେହିପରି ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ମଙ୍ଗଳବାର ଗଞ୍ଜାମ, ଗଜପତି, କନ୍ଧମାଳ,  କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର,  ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁରରେ  ଭାରି ବର୍ଷା ସମ୍ଭାବନା ଅଛି । ଏହାପରେ ୨୫ରେ ମାଲକାନଗିରି,  କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର  ଓ ନୂଆପଡ଼ାରେ ଭାରି ବର୍ଷା ହୋଇପାରେ ।  ଆଉ ୨୬ରେ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀରରେ  ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି ।