ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ରେମାଲ’, ଆସନ୍ତାକାଲି ସକାଳେ ନେବ ଭୀଷଣ ରୂପ
ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ବାତ୍ୟା ‘ରେମାଲ’ । ଆସନ୍ତା ଛଅ ଘଣ୍ଟା ମଧ୍ୟରେ ଏହା ଭୀଷଣ ବାତ୍ୟାର ରୂପ ନେବ । ମଧ୍ୟରାତି ସୁଦ୍ଧା ବାଂଲାଦେଶର ଖେପୁପରା ଓ ଏହା ନିକଟ ପଶ୍ଚିମବଙ୍ଗର ସାଗର ଦୀପ ମଧ୍ୟ ଦେଇ ସ୍ଥଳ ଭାଗ ଅତିକ୍ରମ କରିବ । ସେତେବେଳେ ବାତ୍ୟାର ପବନ ବେଗ ଥିବ ୧୧୦ରୁ ୧୨୦ କିମି ପ୍ରତି ଘଣ୍ଟା । ଏହା ୧୩୫ କି.ମି ପର୍ଯ୍ୟନ୍ତ ରହିପାରେ। ପଶ୍ଚିମବଙ୍ଗର ପୂର୍ବ ମେଦିନିପୁର, ଉତ୍ତର ଓ ଦକ୍ଷିଣ […] The post ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ରେମାଲ’, ଆସନ୍ତାକାଲି ସକାଳେ ନେବ ଭୀଷଣ ରୂପ appeared first on KNews Odisha.

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ବାତ୍ୟା ‘ରେମାଲ’ । ଆସନ୍ତା ଛଅ ଘଣ୍ଟା ମଧ୍ୟରେ ଏହା ଭୀଷଣ ବାତ୍ୟାର ରୂପ ନେବ । ମଧ୍ୟରାତି ସୁଦ୍ଧା ବାଂଲାଦେଶର ଖେପୁପରା ଓ ଏହା ନିକଟ ପଶ୍ଚିମବଙ୍ଗର ସାଗର ଦୀପ ମଧ୍ୟ ଦେଇ ସ୍ଥଳ ଭାଗ ଅତିକ୍ରମ କରିବ । ସେତେବେଳେ ବାତ୍ୟାର ପବନ ବେଗ ଥିବ ୧୧୦ରୁ ୧୨୦ କିମି ପ୍ରତି ଘଣ୍ଟା । ଏହା ୧୩୫ କି.ମି ପର୍ଯ୍ୟନ୍ତ ରହିପାରେ। ପଶ୍ଚିମବଙ୍ଗର ପୂର୍ବ ମେଦିନିପୁର, ଉତ୍ତର ଓ ଦକ୍ଷିଣ ୨୪ ପ୍ରଗଣାରେ ବାତ୍ୟା ପ୍ରଭାବ ଦେଖିବାକୁ ମିଳିବ।
ଓଡ଼ିଶା ପ୍ରତି ବାତ୍ୟା ବିପଦ ନାହିଁ। କିନ୍ତୁ ଉପକୂଳ ଓଡ଼ିଶାରେ ପବନର ବେଗ ବଢିବ। ୪୦ରୁ ୫୦ କିମି ବେଗରେ ପବନ ବହିପାରେ। ବାତ୍ୟା ପ୍ରଭାବରେ ପ୍ରଭାବରେ ରାଜ୍ୟରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷାର ସମ୍ଭାବନ ରହିଛି। ଆଜି କାଲି ପାଇଁ ୪ଟି ଜିଲ୍ଲା ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ପାଇଁ ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ପ୍ରବଳ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି
The post ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ରେମାଲ’, ଆସନ୍ତାକାଲି ସକାଳେ ନେବ ଭୀଷଣ ରୂପ appeared first on KNews Odisha.