ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ତିନି ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୭: କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଓଡ଼ିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କୋରାପୁଟ ଏବଂ ମାଲକାନଗିରି […] The post ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ତିନି ଦିନ ପ୍ରବଳ ବର୍ଷା appeared first on Dharitri Odia News.

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ତିନି ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୭: କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଓଡ଼ିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲାରେ ପ୍ରବଲରି ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଚାରି ଜିଲାକୁ ଅରେଞ୍ଜ ୱାର୍ଣ୍ଣି ଦିଆଯାଇଛି। ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼ଖୋର୍ଦ୍ଧା ଏବଂ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

ସେହିପରି ଶୁକ୍ରବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ବୌଦ୍ଧ ଏବଂ ପୁରୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯଇଛି। ସେହିଭଳି ନୂଆପଡ଼ା, ବଲାଙ୍ଗୀର, ସୋନପୁର, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଜାରି କରାଯଇଛି।

ଶନିବାର ସୋନପୁର, ବୌଦ୍ଧ ଏବଂ ନୟାଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯଇଛି। ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ବରଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଜିଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣି ଜାରି କରାଯଇଛି।

The post ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ତିନି ଦିନ ପ୍ରବଳ ବର୍ଷା appeared first on Dharitri Odia News.