ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ

ଭୁବନେଶ୍ବର ୨୭।୫: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି ।ସେପଟେ ୨ରୁ ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀବାୟୁ । ମୌସୁମୀ ଓଡ଼ିଶା ଛୁଇଁବାକୁ ପାଗ ଅନୁକୂଳ ରହିଛି । ଗତ ୨୪ ତାରିଖରେ ମୌସୁମୀ ବାୟୁ କେରଳ ଛୁଇଁଥିବା ବେଳେ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଛି ।ଅନ୍ୟପଟେ ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର,  ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳରେ ଭାରି  ବର୍ଷା ହୋଇପାରେ । ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ,  ସୋନପୁର, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀରେ  ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କି.ମି. ବେଗରେ ପବନ  ବହିବ ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି ।  You Can Read:ଆଗକୁ ଆସୁଛି ବଡ଼ ବର୍ଷା, ସବୁ ଜିଲ୍ଲାପାଳଙ୍କୁ ଚିଠି ମାଧ୍ୟରେ ସତର୍କ କରାଇଲେ SRC

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି ।

ସେପଟେ ୨ରୁ ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀବାୟୁ । ମୌସୁମୀ ଓଡ଼ିଶା ଛୁଇଁବାକୁ ପାଗ ଅନୁକୂଳ ରହିଛି । ଗତ ୨୪ ତାରିଖରେ ମୌସୁମୀ ବାୟୁ କେରଳ ଛୁଇଁଥିବା ବେଳେ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଛି ।

ଅନ୍ୟପଟେ ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର,  ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳରେ ଭାରି  ବର୍ଷା ହୋଇପାରେ । ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ,  ସୋନପୁର, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀରେ  ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କି.ମି. ବେଗରେ ପବନ  ବହିବ ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି ।  

You Can Read:

ଆଗକୁ ଆସୁଛି ବଡ଼ ବର୍ଷା, ସବୁ ଜିଲ୍ଲାପାଳଙ୍କୁ ଚିଠି ମାଧ୍ୟରେ ସତର୍କ କରାଇଲେ SRC