ବଜେଟ ୨୦୨୪: ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ଜାଣନ୍ତୁ କେବେ ମିଳିବ, ବ୍ୟୟବରାଦ ହେଲା…
ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ ରହିଛି। ମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ସେହିପରି ଆୟୁସ୍ମାନ ଭାରତ ପାଇଁ ୫୦୦ କୋଟି ଏବଂ ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି ଟଙ୍କାର କର୍ପସ ଫଣ୍ଡ ଗଠନ କରାଯାଇଛି। ବଜେଟ ଉପସ୍ଥାପନ […] The post ବଜେଟ ୨୦୨୪: ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ଜାଣନ୍ତୁ କେବେ ମିଳିବ, ବ୍ୟୟବରାଦ ହେଲା… appeared first on Dharitri Odia News.
ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ ରହିଛି। ମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ସେହିପରି ଆୟୁସ୍ମାନ ଭାରତ ପାଇଁ ୫୦୦ କୋଟି ଏବଂ ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି ଟଙ୍କାର କର୍ପସ ଫଣ୍ଡ ଗଠନ କରାଯାଇଛି।
ବଜେଟ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ପ୍ରଧାନମନ୍ତ୍ରୀ ୪ଟି ବର୍ଗକୁ ସର୍ବଦା ପ୍ରାଥମିକତା ଦେଇଆସିଛନ୍ତି।ଗରିବ, ମହିଳା, ଯୁବବର୍ଗ ଓ ଚାଷୀଙ୍କୁ ପ୍ରାଧାନ୍ୟ ଦେଇଛନ୍ତି। ସାମଗ୍ରିକ ବିକାଶ ପ୍ରତି ଆମର ସଂକଳ୍ପ ଯୋଗୁ ଓଡ଼ିଶାବାସୀ ଆସ୍ଥା ପ୍ରକଟ କରିଛନ୍ତି।
The post ବଜେଟ ୨୦୨୪: ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ଜାଣନ୍ତୁ କେବେ ମିଳିବ, ବ୍ୟୟବରାଦ ହେଲା… appeared first on Dharitri Odia News.