ବଜେଟ୍ ଅଧିବେଶନର ୨ୟ ଦିନ, ବିଭିନ୍ନ ପ୍ରସଙ୍ଗ ନେଇ ସରଗରମ ରହିପାରେ ଗୃହ
ଭୁବନେଶ୍ୱର ୧୪।୦୨ : ବଜେଟ ଅଧିବେଶନର ଆଜି ହେଉଛି ଦ୍ବିତୀୟ ଦିନ। ଆଜି ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ, କ୍ରୀଡା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ-ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟର ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗର ରହିଛି ପ୍ରଶ୍ନକାଳ ।ସେହିପରି ଶୂନ୍ୟ କାଳରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ରାସନ କାର୍ଡ ଅବ୍ୟବସ୍ଥା, କୋଟିଆ ପରି ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିପାରେ। ବିରୋଧୀ କଂଗ୍ରେସ ପକ୍ଷରୁ ଧାନର କଟନି ଛଟନି ଓ ମଣ୍ଡି ଅବ୍ୟବସ୍ଥାକୁ ନେଇ ମୁଲତବି ପ୍ରସ୍ତାବ ଦିଆଯାଇଛି। ଏହାପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ। ତେବେ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହ ସରଗରମ ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର ୧୪।୦୨ : ବଜେଟ ଅଧିବେଶନର ଆଜି ହେଉଛି ଦ୍ବିତୀୟ ଦିନ। ଆଜି ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ, କ୍ରୀଡା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ-ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟର ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗର ରହିଛି ପ୍ରଶ୍ନକାଳ ।
ସେହିପରି ଶୂନ୍ୟ କାଳରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ରାସନ କାର୍ଡ ଅବ୍ୟବସ୍ଥା, କୋଟିଆ ପରି ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିପାରେ। ବିରୋଧୀ କଂଗ୍ରେସ ପକ୍ଷରୁ ଧାନର କଟନି ଛଟନି ଓ ମଣ୍ଡି ଅବ୍ୟବସ୍ଥାକୁ ନେଇ ମୁଲତବି ପ୍ରସ୍ତାବ ଦିଆଯାଇଛି। ଏହାପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ। ତେବେ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହ ସରଗରମ ହେବାର ସମ୍ଭାବନା ରହିଛି।