ବଡ ଘୋଷଣା କରିପାରନ୍ତି ନବୀନ, ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୬।୩: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହା ଚଳିତ ସରକାରର ଶେଷ କ୍ୟାବିନେଟ । ତେବେ ଏହି କ୍ୟାବିନେଟରେ ବଡ଼ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ । ଯାହା ଉପରେ ରହିଛି ସମସ୍ତଙ୍କର ନଜର । ତେବେ ଯାହା ଅନୁମାନ କରାଯାଉଛି ଅନେକ ବଡ଼ ବଡ଼ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏହି କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇପାରେ । ଅନ୍ୟପଟେ ଶନିବାର ଅର୍ଥାତ ଆଜି ସାଧାରଣ ନିର୍ବାଚନ ସହ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ସହ […] The post ବଡ ଘୋଷଣା କରିପାରନ୍ତି ନବୀନ, ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ appeared first on Dharitri Odia News.

ବଡ ଘୋଷଣା କରିପାରନ୍ତି ନବୀନ, ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୬।୩: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହା ଚଳିତ ସରକାରର ଶେଷ କ୍ୟାବିନେଟ । ତେବେ ଏହି କ୍ୟାବିନେଟରେ ବଡ଼ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ । ଯାହା ଉପରେ ରହିଛି ସମସ୍ତଙ୍କର ନଜର । ତେବେ ଯାହା ଅନୁମାନ କରାଯାଉଛି ଅନେକ ବଡ଼ ବଡ଼ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏହି କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇପାରେ ।

ଅନ୍ୟପଟେ ଶନିବାର ଅର୍ଥାତ ଆଜି ସାଧାରଣ ନିର୍ବାଚନ ସହ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ସହ ଆଦର୍ଶ ଆଚରଣ ବିଧି ଲାଗୁ ହେବ। ଏହାପୂର୍ବରୁ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ବିଭିନ୍ନ ବିଭାଗର ପ୍ରାୟ ୨୦ରୁ ଅଧିକ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି । ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ।

The post ବଡ ଘୋଷଣା କରିପାରନ୍ତି ନବୀନ, ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ appeared first on Dharitri Odia News.