ବଡ଼ ଅପଡେଟ୍‌, ଏହି ସବୁ ଜିଲାକୁ ଅଧିକ ପ୍ରଭାବିତ କରିବ ବାତ୍ୟା ‘ଦାନା’!

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ହିଟ୍‌ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଅଧିକ ପ୍ରଭାବିତ ହୋଇପାରେ ବୋଲି ଆକଳନ କରାଯାଉଛି। ତେବେ ଗୁରୁବାରରୁ ଶୁକ୍ରବାର ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, […] The post ବଡ଼ ଅପଡେଟ୍‌, ଏହି ସବୁ ଜିଲାକୁ ଅଧିକ ପ୍ରଭାବିତ କରିବ ବାତ୍ୟା ‘ଦାନା’! appeared first on Dharitri Odia News.

ବଡ଼ ଅପଡେଟ୍‌, ଏହି ସବୁ ଜିଲାକୁ ଅଧିକ ପ୍ରଭାବିତ କରିବ ବାତ୍ୟା ‘ଦାନା’!

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ହିଟ୍‌ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଅଧିକ ପ୍ରଭାବିତ ହୋଇପାରେ ବୋଲି ଆକଳନ କରାଯାଉଛି।

ତେବେ ଗୁରୁବାରରୁ ଶୁକ୍ରବାର ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଏବଂ ଜଗତସିଂହପୁରରେ କିଛି ସ୍ଥାନରେ ଅତ୍ୟଧିକ ମାତ୍ରାରେ ବର୍ଷା ତଥା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ରେଡ ୱାର୍ନିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ଏଥିସହିତ ସୁନ୍ଦରଗଡ଼, ଝାରସୁଗୁଡା, ଦେଓଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଗଜପତି, କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ତେଣୁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ସେପଟେ ଆଜି ଅପରାହ୍ନ ୪ଟାରେ ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ସମୀକ୍ଷା ବୈଠକରେ ରାଜସ୍ବ ମନ୍ତ୍ରୀ, ମୁଖ୍ୟ ସଚିବ, SRC ଉପସ୍ଥିତ ରହିବେ।

ଅନ୍ୟପଟେ ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ବୋଲି କହିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି, ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ଅଛନ୍ତି। ବାତ୍ୟାକୁ ନେଇ ଭୟଭୀତ ନ ହେବାକୁ ସେ କହିଛନ୍ତି ।

The post ବଡ଼ ଅପଡେଟ୍‌, ଏହି ସବୁ ଜିଲାକୁ ଅଧିକ ପ୍ରଭାବିତ କରିବ ବାତ୍ୟା ‘ଦାନା’! appeared first on Dharitri Odia News.