ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର; ଜଲଦି କିଣନ୍ତୁ ଅଳଙ୍କାର
ସୁନା ଦର ବୃଦ୍ଧି ଅଳଙ୍କାର ପ୍ରିୟ ଲୋକଙ୍କ ପାଇଁ ଏକ ବିରାଟ ସମସ୍ୟା ହୋଇ ଛିଡ଼ା ହୋଇଛି । ସାରା ବିଶ୍ବରେ କିଛି ବଢ଼ି ବଢ଼ି ଚାଲିଥିଲା ସୁନା ଦର । ମାତ୍ର ଆଜି ସୁନା ମୂଲ୍ୟ କମିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୭ ହଜାର ୪୯୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୦, ୨୦୦ ଟଙ୍କା ଛୁଇଁଛି । […] The post ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର; ଜଲଦି କିଣନ୍ତୁ ଅଳଙ୍କାର appeared first on KNews Odisha.

ସୁନା ଦର ବୃଦ୍ଧି ଅଳଙ୍କାର ପ୍ରିୟ ଲୋକଙ୍କ ପାଇଁ ଏକ ବିରାଟ ସମସ୍ୟା ହୋଇ ଛିଡ଼ା ହୋଇଛି । ସାରା ବିଶ୍ବରେ କିଛି ବଢ଼ି ବଢ଼ି ଚାଲିଥିଲା ସୁନା ଦର । ମାତ୍ର ଆଜି ସୁନା ମୂଲ୍ୟ କମିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୭ ହଜାର ୪୯୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୦, ୨୦୦ ଟଙ୍କା ଛୁଇଁଛି ।
ସେହିପରି ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୮୦ ହଜାର ୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାଦର ୮୭ ହଜାର ୪୯୦ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୦,୨୦୦ ଟଙ୍କା ଓ ୮୭,୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୦, ୩୫୦ ଟଙ୍କା ଓ ୮୭, ୬୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୦,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୭, ୪୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୦,୨୦୦ ଓ ୮୭,୪୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୯,୦୦୦ ଟଙ୍କା ହୋଇଛି ।
ଆହୁରି ପଢ଼ନ୍ତୁ : ୩୦ ଲକ୍ଷ ଟଙ୍କାରେ ଲଞ୍ଚ ହେଲା Duacti Panigale V4, ଜାଣନ୍ତୁ ଏହାର ଡିଟେଲ୍ସ
The post ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର; ଜଲଦି କିଣନ୍ତୁ ଅଳଙ୍କାର appeared first on KNews Odisha.