ବଡ଼ ବାତ୍ୟା! ୬ ଆଇଏଏସଙ୍କୁ ବଡ଼ ଦାୟିତ୍ୱ ଦେଲେ ସରକାର
ଭୁବନେଶ୍ୱର,୨୨।୧୦: ମାଡି ଆସୁଛି ବାତ୍ୟା ‘ଦାନା’। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗ ମୁହାଁ ହେବ। ଆସନ୍ତାକାଲି ଅର୍ଥାତ ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ […] The post ବଡ଼ ବାତ୍ୟା! ୬ ଆଇଏଏସଙ୍କୁ ବଡ଼ ଦାୟିତ୍ୱ ଦେଲେ ସରକାର appeared first on Dharitri Odia News.
ଭୁବନେଶ୍ୱର,୨୨।୧୦: ମାଡି ଆସୁଛି ବାତ୍ୟା ‘ଦାନା’। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗ ମୁହାଁ ହେବ। ଆସନ୍ତାକାଲି ଅର୍ଥାତ ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ତେବେ ବାତ୍ୟାର ପୂର୍ବ ପ୍ରସ୍ତୁତି ପାଇଁ ସରକାର ଜିରୋ କାଜୁଆଲିଟି ଗ୍ରହଣ କରିଛନ୍ତି। ଆଜି ୬ IASଙ୍କୁ ୬ ଜିଲାର ଦାୟିତ୍ୱ ଦେଇଛନ୍ତି ସରକାର। ଆଇଏଏସ ତ୍ରିଲୋଚନ ମାଝୀଙ୍କୁ ଭଦ୍ରକ-ବାଲେଶ୍ୱର, ବଲୱନ୍ତ ସିଂଙ୍କୁ ପୁରୀ, ଭୀନିତ ଭରଦ୍ୱାଜଙ୍କୁ ମୟୂରଭଂଜ ଦାୟିତ୍ୱ ଦିଆଯାଇଛି। ଯାମିନୀ ଷଡ଼ଙ୍ଗୀଙ୍କୁ ଜଗତସିଂହପୁର, ସମର୍ଥ ବର୍ମାଙ୍କୁ କେନ୍ଦ୍ରାପଡ଼ା ଦାୟିତ୍ୱ ଦିଆଯାଇଛି। ଏହି ଆଇଏଏସମାନେ ସଂପୃକ୍ତ ଜଲାରେ ଉଦ୍ଧାର, ରିଲିଫ କାର୍ଯ୍ୟ ତଦାରଖ କରିବେ। କହିରଖୁଛୁ କି, ପୂର୍ବରୁ ସଂପୃକ୍ତ ଜିଲାରେ ଜିଲାପାଳ ଥିଲେ ଏହି ୬ ଆଇଏଏସ।
The post ବଡ଼ ବାତ୍ୟା! ୬ ଆଇଏଏସଙ୍କୁ ବଡ଼ ଦାୟିତ୍ୱ ଦେଲେ ସରକାର appeared first on Dharitri Odia News.